ନାଗାସାକିରେ ଧ୍ୱଂସଲୀଳା ରଚିଥିଲା ‘ଫ୍ୟାଟମ୍ୟାନ୍‌’

ଟୋକିଓ,୯।୮:ଜାପାନର ନାଗାସାକି ସହରରେ ୭୪ ବର୍ଷ ତଳେ ପରମାଣୁ ବୋମା ତାଣ୍ଡବ ରଚିଥିଲା। ୧୯୪୫ ମସିହା ଅଗଷ୍ଟ ୯ ତାରିଖ ପୂର୍ବାହ୍ନ ୧୧ଟା ୨ ମିନିଟରେ ସହର ଉପରେ ପରମାଣୁ ବୋମା ‘ଫ୍ୟାଟମ୍ୟାନ’ ପକାଯାଇଥିଲା। ନିମିଷେକ ମଧ୍ୟରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଥିଲା। ୩ ଦିନ ତଳେ ହିରୋଶିମାରେ ହୋଇଥିବା ତାଣ୍ଡବ ଭଳି ଏଠାରେ ମଧ୍ୟ ସୃଷ୍ଟି ହୋଇଥିଲା ମୃତ୍ୟୁର ଲୀଳା । ପରମାଣୁ ବୋମାଟି ୧୬୫୦ ଫୁଟ ଉଚ୍ଚରୁ ସହର ଉପରେ ପଡିଥିଲା। ଏଥିରେ ୬୦ ରୁ ୮୦ ହଜାର ଲୋକଙ୍କ ମୃତ୍ୟୁ ଘଟିଥିଲା। ନାଗାସାକି ଜାପାନର ଏକ ଜାହାଜ ନିର୍ମାଣ କେନ୍ଦ୍ର ଭାବେ ବିଶ୍ୱରେ ଜଣାଶୁଣା ଥିଲା। ଏହି ସହର ଉପରେ ବୋମା ପଡିବା ପରେ ଆମେରିକା ନେତୃତ୍ୱାଧୀନ ମିଳିତ ବାହିନୀ ଆଗରେ ଜାପାନ ଆତ୍ମସମର୍ପଣ କରିବାକୁ ବାଧ୍ୟ ହୋଇଥିଲା। ଅଗଷ୍ଟ ୧୫ ତାରିଖରେ ଜାପାନ ଯୁଦ୍ଧ ସନ୍ଧିରେ ସ୍ବାକ୍ଷର କରିଥିଲା। ବୋମା ଦ୍ୱାରା ସୃଷ୍ଟି ହୋଇଥିବା ଉଚ୍ଚ ତାପମାତ୍ରା ଯୋଗୁ ଅଧିକାଂଶ ଲୋକଙ୍କ ଆଖିଡ଼ୋଳା ପଦାକୁ ବାହାରି ଆସିିଥିଲା। ଚର୍ମ ଓହଳି ପଡ଼ିଥିଲା। ବିଂଶ ଶତାବ୍ଦୀରେ ଏହି ଘଟଣା ଥିଲା ଅତ୍ୟନ୍ତ ଲୋମହର୍ଷଣକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri