ନାଟକର ଶେଷ ଗୀତ ପାଲଟିଲା ଜୀବନର ଶେଷ ଗୀତ: ଗୀତ ଗାଇବା ବେଳେ ଟଳିପଡିଲେ ଗାୟକ

ଉଦଳା, ୧୪ା୨(ଡି.ଏନ.ଏ.):‘ବରଷା ରାତିକୁ ଭରସା ନାହିଁ’ ନାଟକର ଟାଇଟଲ ଗୀତ ଗାଉଥିଲେ ଗାୟକ। କିନ୍ତୁ ଏହି ଗୀତ ପାଲଟିଗଲା ତାଙ୍କ ଜୀବନର ଶେଷ ଗୀତ। ଗୀତ ଗାଉଥିବା ବେଳେ ହଠାତ ଟଳିପଡିଲେ ଗାୟକ ସଞ୍ଜୟ କୁମାର ପାତ୍ର। ସ୍ତବ୍ଧ ପାଲଟିଯାଇଥିଲେ ଯାତ୍ରା କଳାକାର ଆଉ ଉପସ୍ଥିତ ଦର୍ଶକ। କିଛି କ୍ଷଣ ମଧ୍ୟରେ ମନୋରଞ୍ଜନର ପରିବେଶ ହୋଇଯାଇଥିଲା ଶୋକାକୁଳ। ମୟୂରଭଞ୍ଜ ଜିଲା ଉଦଳାରେ ରବିବାର ରାତିରେ ତୁଳସୀ ଗଣନାଟ୍ୟର ଯାତ୍ରା ଚାଲିଥିବା ବେଳେ ଏଭଳି ହୃଦୟବିଦାରକ ଘଟଣା ଘଟିଥିଲା।
ଉଦଳା ବସ୍‌ଷ୍ଟାଣ୍ଡ ନିକଟରେ ତୁଳସୀ ଗଣନାଟ୍ୟର ଯାତ୍ରା ଅନୁଷ୍ଠିତ ହେଉଥିଲା। ଯାତ୍ରାପାର୍ଟିର ସୁନାମଧନ୍ୟ ଗାୟକ ସଞ୍ଜୟ ନାଟକର ଶେଷ ଗୀତ ଗାଉଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରି ସେହିଠାରେ ଟଳି ପଡିଥିଲେ। ସହକର୍ମୀ ଏବଂ ଯାତ୍ରା କମିଟିର ସଦସ୍ୟ ତୁରନ୍ତ ତାଙ୍କୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ତାଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ପୋଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ତାଙ୍କ ବିୟୋଗରେ ତୁଳସୀ ଯାତ୍ରା ପାର୍ଟିର କଳାକାର ଜୁଲି ପଣ୍ଡା, ଅଶ୍ୱିନୀ ବ୍ରହ୍ମ, ନୀର ସ୍ବାଇଁଙ୍କ ସମେତ ସମସ୍ତ କଳାକାର ଶୋକ ପ୍ରକାଶ କରିଛନ୍ତି। ସଞ୍ଜୟଙ୍କ ଦେହାନ୍ତ ପରେ ଯାତ୍ରା ପାର୍ଟିରେ ସୃଷ୍ଟି ହୋଇଥିବା ଶୂନ୍ୟ ସ୍ଥାନ ପୂରଣ ହେବା କଷ୍ଟକର ବୋଲି କହିଛନ୍ତି ଅନେକ କଳାକାର।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri