Posted inଜାତୀୟ

ନାନ୍‌କାନା ସାହିବ୍‌ ଗୁରୁଦ୍ୱାର ଆକ୍ରମଣ ଘଟଣା: ପାକିସ୍ତାନ ବିରୋଧରେ ବିକ୍ଷୋଭ

ନୂଆଦିଲ୍ଲୀ/ଚଣ୍ଡିଗଡ଼,୫।୧(ପି.ଟି.):ପାକିସ୍ତାନର ନାନ୍‌କାନା ସାହିବସ୍ଥିତ ଗୁରୁଦ୍ୱାର ଉପରେ ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣ ଘଟଣାକୁ ବିରୋଧ କରି ଦିଲ୍ଲୀ ସମେତ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାଜପା ସଦସ୍ୟମାନେ ପାକିସ୍ତାନ ବିରୋଧରେ ସ୍ଲୋଗାନ ଦେଇ ଶୋଭାଯାତ୍ରାରେ ପାକ୍‌ ଦୂତାବାସ ଅଭିମୁଖେ ଯାଉଥିବାବେଳେ ସେମାନଙ୍କୁ ଚାଣକ୍ୟପୁରୀ ଥାନା ନିକଟରେ ଅଟକାଯାଇଥିଲା। ଶିଖ୍‌ ଗୁରୁ ନାନକଦେବଙ୍କ ଜନ୍ମସ୍ଥାନ ନାନକାନା ସାହିବରେ ସଂଖ୍ୟାଲଘୁ ଶିଖ୍‌ମାନେ ହିଂସାର ଶିକାର ହେଉଛନ୍ତି ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଆକ୍ରମଣ ଘଟଣାକୁ ଶିଖ୍‌ ସମ୍ପ୍ରଦାୟ ନିନ୍ଦା କରିଛି। ଆକ୍ରମଣକାରୀଙ୍କ ବିରୋଧରେ ପାକିସ୍ତାନ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶନିବାର ଶିରୋମଣି ଗୁରୁଦ୍ୱାର ପ୍ରବନ୍ଧକ କମିଟି (ଏସ୍‌ଜିପିସି) ମୁଖ୍ୟ ଗୋବିନ୍ଦ ସିଂ ଲଙ୍ଗୋଓ୍ବାଲ ଆହ୍ବାନ ଦେଇଛନ୍ତି। ଏଥିସହିତ ଶିଖ୍‌ମାନଙ୍କୁ ନିରାପତ୍ତା ସୁନିଶ୍ଚିତ କରିବାକୁ ସେ ଅନୁରୋଧ କରିଛନ୍ତି। ପରିସ୍ଥିତି ଅନୁଧ୍ୟାନ ଲାଗି ଏସ୍‌ଜିପିସି ଏକ ଚାରିଜଣିଆ ପ୍ରତିନିଧି ଦଳ ପାକିସ୍ତାନ ପଠାଇବ ବୋଲି ସେ କହିଛନ୍ତି। ଏହି ପ୍ରତିନିଧି ଦଳ ପାକ୍‌ ପଞ୍ଜାବ ପ୍ରଦେଶର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପରିସ୍ଥିତି ସମ୍ପର୍କରେ ଆଲୋଚନା କରିବ। ଏହାବ୍ୟତୀତ ଏସ୍‌ଜିପିସି ଏହି ପ୍ରସଙ୍ଗକୁ ଜାତିସଂଘରେ ଉଠାଇବ ବୋଲି ଲଙ୍ଗୋଓ୍ବାଲ କହିଛନ୍ତି। ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲ ନାନକାନା ସାହିବ ଗୁରୁଦ୍ୱାର ଆକ୍ରମଣ ଘଟଣାର ନିନ୍ଦା କରିଛନ୍ତି। ଗୁରୁଦ୍ୱାର ଆକ୍ରମଣ ଘଟଣାରେ ଶନିବାର କଶ୍ମୀରରେ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।
ଅନ୍ୟପକ୍ଷରେ ଗୁରୁଦ୍ୱାର ଆକ୍ରମଣ ଘଟଣାକୁ ପାକିସ୍ତାନ ଖଣ୍ଡନ କରିଛି। ଶିଖ୍‌ ଧର୍ମର ପ୍ରତିଷ୍ଠାତା ନାନକଙ୍କ ଜନ୍ମସ୍ଥାନରେ ଥିବା ଗୁରୁଦ୍ୱାର ଅକ୍ଷତ ରହିଛି। ଆକ୍ରମଣ ଖବର ମିଥ୍ୟା ବୋଲି ଇସ୍‌ଲାମାବାଦ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri