ନାବାଳକଙ୍କୁ ଅପହରଣ ପରେ ଆକ୍ରମଣ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ପୂର୍ବ ଝଗଡ଼ାକୁ କେନ୍ଦ୍ରକରି ଫିଲ୍ମ ଷ୍ଟାଇଲରେ ଜଣେ ନାବାଳକ ଛାତ୍ରଙ୍କ ବେକରେ ଛୁରି ଲଗାଇ ଆଉ ଜଣେ ନାବାଳକ ତାଙ୍କୁ ଅପହରଣ କରିବା ଘଟଣା ନୟାପଲ୍ଲୀ ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ସମ୍ପୃକ୍ତ ଛାତ୍ରଙ୍କୁ ଅନ୍ୟ ସ୍ଥାନକୁ ସ୍କୁଟିରେ ଉଠାଇ ନିଆଯାଇ ମରଣାନ୍ତକ ଆକ୍ରମଣ କରାଯିବା ବେଳେ ପୋଲିସ ପହଞ୍ଚତ୍ ସମ୍ପୃକ୍ତ ଛାତ୍ରଙ୍କୁ ଉଦ୍ଧାର କରିଛି। ଏଥିସହ ଏକ ମାମଲା ରୁଜୁ କରି ଅପହରଣକାରୀଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।
ସୂଚନା ମୁତାବକ, ନୟାପଲ୍ଲୀ ଥାନା ଅଧୀନ ବିଜୁ ପଟ୍ଟନାୟକ କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷରେ ନାବାଳକ ଛାତ୍ର ଜଣକ ପଢନ୍ତି। ଶୁକ୍ରବାର ମଧ୍ୟାହ୍ନ ସାଢେ ୧୨ଟା ବେଳେ ସେ ପରୀକ୍ଷା ଦେଇସାରି ସାଙ୍ଗଙ୍କ ସହିତ କ୍ୟାମ୍ପସରୁ ବାହାରିଥିଲେ। ଏହି ସମୟରେ ଆଉ ଜଣେ ନାବାଳକ ଓ ତାଙ୍କ ସହଯୋଗୀ ପହଞ୍ଚି ଏକ ସ୍କୁଟିରେ ବସିବାକୁ ବାଧ୍ୟ କରିଥିଲେ। ନାବାଳକ ଛାତ୍ର ଜଣକ ରାଜି ନ ହେବାରୁ ତାଙ୍କୁ ଭୟଭୀତ କରି ସେହି ନାବାଳକ ସ୍କୁଟିରେ ବସାଇ ନେଇଯାଇଥିଲେ। ଏ ନେଇ ଛାତ୍ରଙ୍କ ସାଙ୍ଗ ଅନ୍ୟମାନଙ୍କୁ ଜଣାଇବା ସହ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ପୋଲିସ ଓ ଛାତ୍ରଙ୍କ ସାଙ୍ଗମାନେ ମିଶି ଖୋଜାଖୋଜି କରିଥିଲେ। ଦେବରାୟ କଲେଜ ନିକଟରେ ନାବାଳକଙ୍କୁ ଅପହରଣ କରି ରଖାଯାଇଥିବା ପୋଲିସକୁ ସୂଚନା ମିଳିଥିଲା। ତୁରନ୍ତ ପୋଲିସ ସେଠାରେ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରିଥିଲା। ଭଙ୍ଗା ଥଣ୍ଡା ବୋତଲ ଓ ଲୁହାକଡ଼ାରେ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରି ହସ୍ପିଟାଲ ପଠାଇଥିଲା। ଏ ନେଇ ସମ୍ପୃକ୍ତ ଛାତ୍ରଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri