ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ନିରପେକ୍ଷ ତଦନ୍ତ ଦାବି କଲେ କେନ୍ଦ୍ରମନ୍ତ୍ରୀ

ବାଲିଆପାଳ, ୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଇଡକୋଛକ ସ୍ଥିତ ରାଜଧାନୀ ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଢାବା ମାଲିକ ସାବୁଦ୍ଦିନ ଶାହାଙ୍କୁ ପୋଲିସ ଗିରଫ ନ କରିବା ବିଡମ୍ବନା। ଏହି ଘଟଣାରେ ସମ୍ପୃକ୍ତ ନ ଥିବା ନିରୀହ ଲୋକଙ୍କୁ ପୋଲିସ ଗିରଫ କରି ଜେଲ ହାଜତକୁ ପଠାଇବା ଅନ୍ୟାୟ। ଏଚ୍‌ଆରପିସି ତଦନ୍ତ ପାଇଁ ଯଥେଷ୍ଟ ନହେଁ ା ଘଟଣାର ନିରପେକ୍ଷ ତଦନ୍ତ ସିବିଆଇ ଭଳି ସଂସ୍ଥା କଲେ ସମସ୍ତ ସତ୍ୟତା ଲୋକଲୋଚନକୁ ଆସିପାରିବ ବୋଲି କେନ୍ଦ୍ର କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ, ମତ୍ସ୍ୟ, ଗୋପାଳନ ବିଭାଗ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଗୁରୁବାର ସନ୍ଧ୍ୟାରେ ବାଲିଆପାଳ ପୂର୍ତ୍ତବିଭାଗ ଡାକବଙ୍ଗଳାଠାରେ ଆୟୋଜିତ ଦଳୀୟ କର୍ମୀ ସମାବେଶ ଓ ନାଗରିକ ସମ୍ବର୍ଦ୍ଧନା ସଭାରେ ମତବ୍ୟକ୍ତ କରିଛନ୍ତି ା ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତି, ଜିଲା ମହିଳା ମୋର୍ଚ୍ଚା ପ୍ରଭାରୀ ସିପ୍ରା ବାଜପେୟୀ, ଦଳର ଉପସଭାପତି ପର୍ଶୁରାମ ବେହେରା, ବରିଷ୍ଠ ନେତା ଅରବିନ୍ଦ ବେହେରା, ବିକାଶ ଗିରି, ମହେଶ୍ୱର ଜେନା, ସତ୍ୟାନନ୍ଦ ମହାନ୍ତି, ଶିବଶଙ୍କର ପ୍ରଧାନ, ସୁବଳଚନ୍ଦ୍ର ଦାସ, ସତ୍ୟଜିତ ମିଶ୍ର, ନନି ଗୋପାଳ ଦାସ, ରବୀନ୍ଦ୍ର ଜୈନ, ଉମାକାନ୍ତ ମହାପାତ୍ର, ଖଗେନ୍ଦ୍ର ନାୟକ ଓ ନାରାୟଣ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ା ପ୍ରାରମ୍ଭରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ମନ୍ତ୍ରୀ ଷଡଙ୍ଗୀକୁ ନାଗରିକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ା ପୂର୍ବତନ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ବିୟୋଗରେ ୧ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ସଭାରେ ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତି ବାଲିଆପାଳରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିକୁ ସୁଧାରିବା ପାଇଁ ମନ୍ତ୍ରୀଙ୍କର ଦୃଷ୍ଟି ଆର୍କଷଣ କରିଥିଲେ। ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ମଧ୍ୟ ବସ୍ତା ନିର୍ବାଚନ ମଣ୍ଡଳୀର ସମସ୍ତ ସମସ୍ୟା କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସବୁ ସମସ୍ୟାର ସମାଧାନ ଓ ଆଇନଶୃଙ୍ଖଳା ପରିସ୍ଥିତିକୁ ସମୀକ୍ଷା କରିବା ପାଇଁ ଦଳ ସ୍ତରରେ ଏକ କମିଟି ଗଠନ କରାଯାଇ ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ଷଡଙ୍ଗୀ ପ୍ରକାଶ କରିଥିଲେ ା ଏଥିପାଇଁ ନିରନ୍ତର ଉଦ୍ୟମ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri