ନାବାଳକ ଅଭିଯୁକ୍ତଙ୍କୁ ନେଇ ମୁହଁ।ମୁହିଁ

ଅନୁଗୋଳ ଅଫିସ, ୭।୫ – କୋଭିଡ୍‌ ମ୍ୟାପ୍‌ରେ ଗ୍ରୀନ୍‌ ଜୋନରେ ଥିବା ଅନୁଗୋଳ ଜିଲାର ବାଳ ସୁଧାର ଗୃହକୁ ରେଡ୍‌ଜୋନ୍‌ ଭଦ୍ରକ ଜିଲାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଆସିଥିବା ଜଣେ ନାବାଳକ ଅଭିଯୁକ୍ତଙ୍କୁ ନେଇ ପୋଲିସ ଓ ବାଳ ସୁଧାର ଗୃହର ସୁପରିଣ୍ଟେଣ୍ଡେଣ୍ଟଙ୍କ ମଧ୍ୟରେ ମୁହଁ।ମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିବା ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ଭଦ୍ରକ ଜିଲାର ସମ୍ପୃକ୍ତ ନାବାଳକ ଅଭିଯୁକ୍ତଙ୍କୁ ଅନୁଗୋଳ ବାଳ ସୁଧାର ଗୃହକୁ ଭଦ୍ରକ ପୋଲିସ ଧରି ଆସିଥିଲା। କିନ୍ତୁ ବାଳ ସୁଧାର ଗୃହର ସୁପରିଣ୍ଟେଣ୍ଡେଣ୍ଟ ନାବାଳକଙ୍କ କୋଭିଡ ପରୀକ୍ଷାର ପ୍ରମାଣପତ୍ର ଖୋଜିଥିଲେ। କିନ୍ତୁ ଭଦ୍ରକ ପୋଲିସ ନାବାଳକ ଜଣଙ୍କ ୧୪ ଦିନିଆ କ୍ବାରାଣ୍ଟାଇନ୍‌ ଶେଷ କରିଥିବା କହିଥିଲେ। ହେଲେ ସୁପରିଣ୍ଟେଣ୍ଡେଣ୍ଟ ଭିତରକୁ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରି ନ ଥିଲେ। ଖବରପାଇ ଅନୁଗୋଳ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ପହଞ୍ଚି ସୁପରିଣ୍ଟେଣ୍ଡେଣ୍ଟଙ୍କ ସହ କଥା ହୋଇଥିଲେ। କିନ୍ତୁ କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ କରୋନା ସମୟରେ ବାହାର ଜିଲାର ଅଭିଯୁକ୍ତଙ୍କୁ ବାଳ ସୁଧାର ଗୃହରେ ପୂରାଇ ନ ଦେବାକୁ ନିର୍ଦ୍ଦେଶନାମା ଜାରି କରାଯାଇଥିବା ସୁପରିଣ୍ଟେଣ୍ଡେଣ୍ଟ କହିଥିଲେ। ପରେ ନାବାଳକଙ୍କୁ ଧରି ଭଦ୍ରକ ଓ ଅନୁଗୋଳ ପୋଲିସ ଫେରି ଆସିଥିଲା। କିନ୍ତୁ ରାତି ଅଧରେ ପୁଣି ବାଳ ସୁଧାର ଗୃହର ସୁପରିଣ୍ଟେଣ୍ଡେଣ୍ଟଙ୍କ ଉପରେ ବିଭିନ୍ନ ମହଲରୁ ଚାପ ପକାଯାଇ ନାବାଳକ ଅଭିଯୁକ୍ତଙ୍କୁ ଭିତରେ ଛଡ଼ାଯାଇଥିବା ଚର୍ଚ୍ଚା ହେଉଛି। ସମ୍ପୃକ୍ତ ନାବଳକ ଅଭିଯୁକ୍ତଙ୍କୁ ସିକ୍‌ ରୁମ୍‌ରେ କ୍ବାରାଣ୍ଟାଇନ୍‌ରେ ରଖାଯାଇଛି। ଯୋଗାଯୋଗ ସମ୍ଭବ ନ ହେବାରୁ ଅନୁଗୋଳ ପୋଲିସର ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri