ଶଙ୍କରାଖୋଲ,୨୪ା୬(ଡି.ଏନ୍.ଏ.)- ଟିକାବାଲି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ସଲପଗଁାର ବାଦଲ ଦିଗାଳ। ଏନେଇ ଟିକାବାଲି ଥାନାରେ ନଂ.୩୭/୨୦ରେ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ରେବତୀ ଶବର ସୂଚନା ଦେଇଛନ୍ତି। ଯୁବକଙ୍କର ନାବାଳିକାଙ୍କ ସହ ପ୍ରେମ ସମ୍ପର୍କ ରହିଥିଲା। ମାତ୍ର ଏହାକୁ ନାବାଳିକାଙ୍କ ପରିବାର ଲୋକେ ବିରୋଧ କରୁଥିଲେ। ବାଦଲ ନାବାଳିକାଙ୍କୁ ଅପହରଣ କରି ନେଇଯାଇଥିଲେ। ୨୦ ତାରିଖରେ ତାଙ୍କ ପରିବାର ଲୋକେ ଏନେଇ ଟିକାବାଲି ଥାନାରେ ଏତଲା ଦେଇଥିଲେ। ପୋଲିସ ବୈଦ୍ଧ ଜିଲା ଲଣ୍ଡିଜୁ ଗ୍ରାମରେ ଚଢ଼ାଉ କରି ନାବାଳିକାଙ୍କୁ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହ ଯୁବକଙ୍କୁ ଗିରଫ କରିଥିଲା।
ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ
ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…
କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍ କନ୍କ୍ଲେଭ୍’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା
ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍ ସ୍ତରୀୟ ୟୁଥ୍ କନ୍କ୍ଲେଭ୍ ତଥା…
ଦାରିଙ୍ଗବାଡ଼ିରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’, ୧୧ ବିଦ୍ୟାଳୟର ଛାତ୍ରୀଛାତ୍ର ସାମିଲ
ଦାରିଙ୍ଗବାଡି,୭।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…
ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ
ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…
ଦାଦନ ଶ୍ରମିକଙ୍କ ମରଶରୀର ଗାଁକୁ ଆଣିବାକୁ ଉଦ୍ୟମ: ସହାୟତା ମଞ୍ଜୁର
ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ଆଡ଼ିବଙ୍ଗା ଗ୍ରାମର ସନ୍ତୋଷ ମଲ୍ଲିକ (୪୬)ଙ୍କ ହଠାତ୍…
ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ
ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…
ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା: ୨୫୧ ଛାତ୍ରୀଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା, ୧୩୬ ଜଣଙ୍କୁ ଚଷମା ବଣ୍ଟନ
ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୋମବାର ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା ଅଧୀନରେ ଚକ୍ଷୁ ପରୀକ୍ଷା ଓ…
ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ
ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

