ନାବାଳିକାଙ୍କୁ ଅପହରଣ ପରେ ନିର୍ଯାତନା : ଅଭିଯୁକ୍ତ କୋର୍ଟ ଚାଲାଣ

ବ୍ରହ୍ମପୁର,୧୬।୧୦: ଗଞ୍ଜାମ ଜିଲା ଗୋଷାଣିନୂଆଗାଁର ଜନୈକା ନାବାଳିକାଙ୍କୁ ଅପହରଣ ପରେ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫ କରିବା ସହ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରିଥିଲା। ଅଭିଯୁକ୍ତ ଜଣଙ୍କ ଗୋଷାଣିନୂଆଗାଁ ଡିପ ସାହିର ସନ୍ତୋଷ ପାଳ (୨୪)। ଉଭୟଙ୍କର ନଗର ଚିକିତ୍ସାଳୟରେ ଡାକ୍ତରୀମାଇନା କରାଯାଇଥିଲା। ଏପରିକି କୋର୍ଟରେ ପୀଡ଼ିତାଙ୍କ ବୟାନ ମଧ୍ୟ ରେକର୍ଡ କରାଯାଇଥିଲା। ବୁଧବାର କେସ୍‌ ନମ୍ବର ୧୦୫/୧୯ ଅନୁସାରେ ଅଭିଯୁକ୍ତ ସନ୍ତୋଷଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।
ସୂଚନାଯୋଗ୍ୟ, ସନ୍ତୋଷ ଗତ ୨୦୧୮ ଅକ୍ଟୋବର ୧୨ ତାରିଖରେ ନବମ ଶ୍ରେଣୀରେ ପଢ଼ୁଥିବା ଜଣେ ନାବାଳିକାଙ୍କୁ ପ୍ରଥମେ ଅପହରଣ କରି ନେଇ ଗଣ୍ଡଳା ଗ୍ରାମରେ ରହୁଥିବା ତାଙ୍କର ଜଣେ ସମ୍ପର୍କୀୟଙ୍କ ଘରେ ରଖିଥିଲେ। ପରେ ନାବାଳିକାଙ୍କୁ ନେଇ ସେ ମୁମ୍ବାଇ ଚାଲି ଯାଇଥିଲେ। ସେଠାରେ ସେ ନାବାଳିକାଙ୍କୁ ବଳପୂର୍ବକ ବିବାହ କରିଥିଲୋ। ଗତ ଅଗଷ୍ଟ ମାସରେ ସନ୍ତୋଷ ନିଜ ଘର ଢିପ ସାହିରେ ନାବାଳିକାଙ୍କୁ ଆଣି ରଖିଥିଲେ। ପରେ ପୀଡ଼ିତାଙ୍କୁ ସନ୍ତୋଷ ମାନସିକ ଓ ଶାରୀରିକ ନର୍ଯାତନା ଦେଇଥିଲେ। ଶେଷରେ ପୀଡ଼ିତା ଏନେଇ ଗତ ୧୪ ତାରିଖରେ ଗୋଷାଣିନୂଆଗାଁ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ଅନୁସନ୍ଧାନ କରି ଅଭିଯୁକ୍ତ ସନ୍ତୋଷଙ୍କୁ ଗିରଫ କରିଥିଲା ବୋଲି କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri