ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣା ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଛି। ଜଣେ ଅପହୃତ ନାବାଳିକାଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ କେରଳରୁ ଉଦ୍ଧାର କରିବା ସହ ତାଙ୍କୁ ଅପହରଣ କରିନେଇଥିବା ନାବାଳକଙ୍କୁ ଧରିଛି। ମଞ୍ଚେଶ୍ୱର ପୋଲିସ ସହ କେରଳ ପୋଲିସ ଯୋଗାଯୋଗ କରିବା ପରେ ଏହି ଘଟଣା ପଦାକୁ ଆସିଛି।
ସୂଚନା ଅନୁଯାୟୀ, ମଞ୍ଚେଶ୍ୱର ଥାନା ଅଞ୍ଚଳରୁ ୧ମାସ ତଳେ ଜଣେ ନାବାଳିକା ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ଖୋଜାଖୋଜି କରି ପତ୍ତା ନ ପାଇବାରୁ ଥାନାରେ ଏତଲା ଦେଇଥିଲେ। ଏ ନେଇ ପୋଲିସ ଖୋଳତାଡ଼ ଆରମ୍ଭ କରିଥିଲା। ନାବାଳିକାଙ୍କୁ ଜଣେ ନାବାଳକ ଅପହରଣ କରିନେଇ କେରଳରେ ରଖିଥିଲେ। ସେ ତାଙ୍କ ସହ ଶାରୀରିକ ସମ୍ପର୍କ ରଖି ଗର୍ଭବତୀ କରିବା ପରେ ଛାଡ଼ିି ଦେଇଥିଲେ। ତାଙ୍କୁ କେରଳ ପୋଲିସ ପାଇ ଶର୍ଟ ଷ୍ଟେ ହୋମ୍‌ରେ ରଖି ମଞ୍ଚେଶ୍ୱର ଥାନା ସହ ଯୋଗାଯୋଗ କରିଥିଲା। ମଞ୍ଚେଶ୍ୱର ପୋଲିସ ସେଠାରୁ ନାବାଳିକାଙ୍କୁ ଉଦ୍ଧାର କରିବା ସହ ସମ୍ପୃକ୍ତ ନାବାଳକଙ୍କୁ ଭୁବନେଶ୍ୱର ଆଣିବା ପରେ ପଚରାଉଚରା କରିଥିଲା। ନାବାଳିକା ନିଜ ଇଚ୍ଛାରେ ଯାଇଥିବା ପୋଲିସ ଆଗରେ କହିଥିଲେ। ଉଭୟଙ୍କ ଡାକ୍ତରୀ ମାଇନା କରାଯାଇଛି। ନାବାଳିକା ଗର୍ଭବତୀ ଥିବା ଡାକ୍ତରୀ ରିପୋର୍ଟରୁ ଜଣାପଡ଼ିଛି। ସମ୍ପୃକ୍ତ ନାବାଳକଙ୍କୁ ସୁଧାର ଗୃହକୁ ପଠାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri