ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା : ୪ବର୍ଷ ପରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଜଣେ ନାବାଳିକାଙ୍କୁ ଅପହରଣ କରିବା ପରେ ବଳାତ୍କାର କରିବା ମାମଲାର ୪ବର୍ଷ ପରେ ନୟାପଲ୍ଲୀ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ୟୁନିଟ୍‌-୮ କ୍ୟାରମ୍‌ଫିଲ୍ଡ ବସ୍ତିର ଗଣେଶ ସେଠୀ(୨୨)। ତାଙ୍କୁ ପଚରାଉଚରା ପରେ କୋର୍ଟଚାଲାଣ କରାଯାଇଛି।

ପୋଲିସ ସୂଚନା ଅନୁଯାୟୀ, ୨୦୧୫ରେ ଉକ୍ତ ନାବାଳିକାଙ୍କୁ ଅଭିଯୁକ୍ତ ଗଣେଶଙ୍କ ଭାଇ ଏକ ତରଫା ଭଲ ପାଉଥିଲେ। ତାଙ୍କୁ ବାରମ୍ବାର ହଇରାଣ କରିବା ସହ ଉଠାଇନେବାକୁ ଧମକ ଦେଉଥିଲେ। ନାବାଳିକା ଜଣକ ପରିବାର ଲୋକଙ୍କୁ ଜଣାଇବା ପରେ ଗଣେଶ ଓ ତା’ର ଭାଇ ନାବାଳିକାଙ୍କୁ ଅପହରଣ କରି ନେଇ ଭୁବନେଶ୍ୱରର ଏକ ବସ୍ତିରେ ରଖି ବଳାତ୍କାର କରିଥିଲେ। ନାବାଳିକାଙ୍କୁ ନ ପାଇବାରୁ ପରିବାର ଲୋକେ ନୟାପଲ୍ଲୀ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଟିମ୍‌ ଉକ୍ତ ବସ୍ତିରେ ଚଢ଼ାଉ କରି ନାବାଳିକାଙ୍କୁ ଉଦ୍ଧାର କରିବା ସହ ଗଣେଶଙ୍କ ଭାଇଙ୍କୁ ଗିରଫ କରିଥିଲା। ଉକ୍ତ ନାବାଳିକାଙ୍କୁ ସେମାନେ ଜବରଦସ୍ତ ଅନୈତିକ କାର୍ଯ୍ୟରେ ଲଗାଉଥିଲେ। ନାବାଳିକା ଜଣକ ପୋଲିସ ଆଗରେ ଏକଥା କହିବା ପରେ ଗଣେଶ ଫେରାର ହୋଇଯାଇଥିଲେ। ସେ କିଛିଦିନ ବାହାରେ ରହିବା ପରେ କ୍ୟାରମଫିଲ୍ଡ ଅଞ୍ଚଳରେ ଥିବା ଘରେ ଆସି ରହୁଥିଲେ। ଇତିମଧ୍ୟରେ ଘଟଣା ସମୟରେ ଥାନାରେ ଥିବା ଅଧିକାରୀଙ୍କ ବଦଳି ହୋଇଯାଇଥିବାରୁ ଉକ୍ତ ମାମଲାକୁ ଆଉ ଗୁରୁତ୍ୱ ଦିଆଯାଇ ନ ଥିଲା। ଗତ ୩ମାସ ହେବ ଏହି ଥାନାଞ୍ଚଳରେ ରହୁଥିବା ଜଣେ ଆଇଏଏସ୍‌ ଅଫିସରଙ୍କ ଘରୁ ଚୋରି ମାମଲାରେ ପୋଲିସ ଗଣେଶଙ୍କ ଭାଇ ଓ ଅନ୍ୟ ଦୁଇଜଣଙ୍କୁ ଗିରଫ କରି ପଚରାଉଚରା କରିଥିଲା। ଏହି ସମୟରେ ଗଣେଶଙ୍କ ନାମରେ ବଳାକତ୍ାର ମାମଲା ରହିଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସିବ ସ୍ବତନ୍ତ୍ର ଯୁବ ବଜେଟ

ଭୁବନେଶ୍ୱର,୨୫।୪(ଅନିଲ ଦାସ)/ହିଞ୍ଜିଳିକାଟୁ(ଦ୍ୱିତୀକୃଷ୍ଣ ପଣ୍ଡା/ଶେରଗଡ଼(ସୂର୍ଯ୍ୟନାରାୟଣ ଦାଶ)ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ହେବ। ଯୁବ ବର୍ଗଙ୍କ ପାଇଁ ରାଜ୍ୟରେ ଆସିବ ସ୍ବତନ୍ତ୍ର ଯୁବ ବଜେଟ। ୨୦୨୪ରୁ ୨୦୩୪ ଦଶକ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri