ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର: ଛତିଶଗଡ଼ରୁ ଧରାପଡିଲେ, ଜେଲ ଗଲେ ପ୍ରେମିକ

କୋକସରା,୧୨।୬ (ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ କୋକସରା ପୋଲିସ ବେହେରା ପଞ୍ଚାୟତ ନୁନପାଣି ଗାଁର ମନୋଜ ଖମାରୀ (୨୧)ଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଥିଲା ା ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି ା ଏ ସଂକ୍ରାନ୍ତରେ ଅଧିକ ତଦନ୍ତ ଚାଲଛି ବୋଲି ପୋଲିସ କହିଛି ା
ପୋଲିସ ସୂଚନା ଅନୁଯାୟୀ, ମନୋଜ ଧଅଁରପୁର ଗ୍ରାମରେ ଥିବା ତାଙ୍କ ସମ୍ପର୍କୀୟ ଘରେ କିଛିଦିନ ରହିଥିଲେ ା ଏହି ସମୟରେ କୋକସରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କ ସହ ତାଙ୍କର ପ୍ରେମସମ୍ପର୍କ ଗଢ଼ିଉଠିଥିଲା। ବିବାହର ପ୍ରତିଶ୍ରୁତି ଦେଇ ସେ ଗତ ୭ ତାରିଖ ରାତିରେ ସମ୍ପୃକ୍ତା ନାବାଳିକାଙ୍କୁ ନିଜ ବାଇକ୍‌ରେ ବସାଇ ଛତିଶଗଡ଼ର ବରେଇଗାଁକୁ ନେଇଯାଇଥିଲେ ା ସେଠାରେ ତାଙ୍କୁ ବଳାତ୍କାର କରିଥିଲେ ା ରାତିରେ ପରିବାର ଲୋକେ ଝିଅକୁ ବହୁ ଖୋଜିଥିଲେ ମଧ୍ୟ ପାଇ ନ ଥିଲେ ା ଏ ନେଇ ୮ ତାରିଖରେ ମନୋଜ ତାଙ୍କ ନାବାଳିକା ଝିଅକୁ ଅପହରଣ କରି ନେଇଥିବା ପରିବାର ଲୋକେ କୋକସରା ଥାନାରେ ଅଭିଯୋଗ କରିଥିଲେ ା ପୋଲିସ ତନାଘନା ଆରମ୍ଭ କରିଥିଲା ା ଶେଷରେ ପୋଲିସ ଛତିଶଗଡ଼ର ବରେଇ ଗାଁରେ ଚଢ଼ାଉ କରି ମନୋଜ ଓ ନାବାଳିକାଙ୍କୁ ଉଦ୍ଧାର କରିଥିଲା ା ଏ ସଂକ୍ରାନ୍ତରେ ଏକ ମାମଲା(ନଂ.୧୪୦/୨୦) ରୁଜୁ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି ।…

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ…

ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ

କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri