ନାବାଳିକାଙ୍କୁ ଅପହରଣ, ହତ୍ୟା ମାମଲା: ତଦନ୍ତ ଆରମ୍ଭ, ଅଭିଯୁକ୍ତ କୋର୍ଟ ଚାଲଣ

ରସୁଲପୁର, ୪ା୮(ଡିଏନଏ): ରସୁଲପୁର ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ କରଜଙ୍ଗା ଗ୍ରାମର ତ୍ରିଲୋଚନ ଭୋଇଙ୍କ ଘରୁ ଶୁକ୍ରବାର ପୂର୍ବାହ୍ନରେ କୁଆଖିଆ ଥାନା ପୋଲିସ ପକ୍ଷରୁ ଜଣେ ନାବାଳିକା (୧୫)ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ନାବାଳିକାଙ୍କୁ ପରିବାର ଲୋକେ ସାବାଳିକା ବୋଲି ଦର୍ଶାଇବା ସହ ହତ୍ୟାକାଣ୍ଡକୁ ଆତ୍ମହତ୍ୟା ଦର୍ଶାଇ ପୋଲିସକୁ ଭୂଆଁ ବୁଲାଇବାକୁ ଚେଷ୍ଟା କରିଥିଲେ। ମାତ୍ର ସବୁ ପ୍ରୟାସ ଭଣ୍ଡୁର ହୋଇଛି। ନାବାଳିକାଙ୍କ ମା’ଙ୍କ ପକ୍ଷରୁ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ଅଭିଯୋଗ ଘଟଣାକୁ ନୂଆ ମୋଡ ଦେଇଛି। ଅଭିଯୋଗ ଆଧାରରେ ପୋଲିସ ଅପହରଣ, ଧର୍ଷଣ ଓ ହତ୍ୟା ମାମଲା (ନଂ-୧୯୬/୧୯) ରୁଜୁ କରି ରାତାରାତି ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ଆଶିଷ ଭୋଇ(୨୫) ଓରଫ ହାଉଳି।
ପ୍ରକାଶ ଯେ, ୨୮ଦିନ ତଳେ ଯାଜପୁର ସଦର ଥାନା ସାମନ୍ତରାପୁର ଗ୍ରାମର ଜଣେ ନାବାଳିକା ନିଖୋଜ ହୋଇଯାଇଥିଲେ। ସେ ତାଙ୍କ ବଡ ଭଉଣୀ ଘରକୁ ଯାଉଛି ବୋଲି କହି ଘରୁ ଯାଇଥିଲେ। ମାତ୍ର ଆଶିଷ ତାଙ୍କୁ ଅପହରଣ କରିନେଇ ବଳାତ୍କାର କରିବା ପରେ ହତ୍ୟା କରିଥିଲେ। ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ପାଇ ନ ଥିବାବେଳେ ଶୁକ୍ରବାର ତାଙ୍କ ମୃତଦେହ ଅଭିଯୁକ୍ତ ଆଶିଷଙ୍କ ଘରୁ ଉଦ୍ଧାର କରାଯାଇଥିଲା। ଏହାପରେ ଘଟଣାର ପ୍ରକୃତ ରହସ୍ୟ ଉନ୍ମୋଚିତ ହୋଇଥିଲା। ମୃତ ଝିଅଟି ନାବାଳିକା ବୋଲି ଜାଣି ଆଶିଷଙ୍କ ପରିବାର ଲୋକେ ଘଟଣାକୁ ଘଣ୍ଟ ଘୋଡାଇବାକୁ ଚାହିଁଥିଲେ ା ଏ ସମ୍ପର୍କରେ ନାବାଳିକାଙ୍କ ବାପା ସହ କଥା ହେବା ପାଇଁ ରାଜନେତାଙ୍କ ଜରିଆରେ ପ୍ରୟାସ କରାଯାଇଥିଲା। ନାବାଳିକାଙ୍କ ବାପାଙ୍କୁ ଟଙ୍କାର ଲୋଭ ଦେଖାଇ ଘଟଣା ଚପାଇ ଦେବାକୁ ଚକ୍ରାନ୍ତ କରାଯାଇଥିଲା। ଫଳରେ ଝିଅର ବୟସ ୨୦ ବର୍ଷ ହୋଇଥିବାବେଳେ ସେ ଆତ୍ମହତ୍ୟା କରିଥିବା ନେଇ ବାପା ପୋଲିସ ନିକଟରେ ବୟାନ ଦେଇଥିଲେ। ମାତ୍ର ଘଟଣା ସମ୍ପର୍କରେ ମୃତ ନାବାଳିକାଙ୍କ ମା’ ବିଳମ୍ବିତ ରାତିରେ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ପହଞ୍ଚତ୍ ମୃତଦେହ ଜବତ କରିଥିଲା। କୁଆଖିଆ ଥାନାଧିକାରୀ ମନୋଜ କୁମାର ସ୍ବାଇଁ ଓ ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ ମୃତ ନାବାଳିକାଙ୍କ ମୃତ୍ୟୁର କାରଣ ଓ ତାର ପାରିପାର୍ଶ୍ୱିକ ସ୍ଥିତି ସମ୍ପର୍କରେ ତଦନ୍ତ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ପୋଲିସ ଅପହରଣ, ବଳାତ୍କାର, ହତ୍ୟାର ଦଫା ଲଗାଇବା ସହ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଥିଲା ା ଅଭିଯୁକ୍ତର ଡାକ୍ତରୀମାଇନା ପରେ କୋର୍ଟ ଚାଲାଣ କରାଯାଇଛି। ଶନିବାର ପୋଲିସ ପକ୍ଷରୁ ମୃତ ନାବାଳିକା ପଢୁଥିବା ହାଇସ୍କୁଲରେ ପହଞ୍ଚତ୍ ନାମ ପଞ୍ଜୀକରଣ ବହି ଜବତ କରିବା ସହ ପ୍ରଧାନ ଶିକ୍ଷକଙ୍କୁ ପଚରାଉଚୁରା କରିଥିବା ଜଣାଯାଇଛି। ଏଥିସହ ପୋଲିସ ନାବାଳିକା ଓ ଅଭିଯୁକ୍ତଙ୍କ ଘରେ ପହଞ୍ଚତ୍ ମଧ୍ୟ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri