Posted inଖେଳ

ନାବାଳିକାଙ୍କୁ ଅସଦାଚରଣ, ବିଦା ହେଲେ ସନ୍ତରଣ କୋଚ୍‌

ନୂଆଦିଲ୍ଲୀ,୫।୯(ପିଟି): ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବିଦା ହୋଇଛନ୍ତି ସନ୍ତରଣ କୋଚ୍‌। ଘଟଣାର ଭିଡିଓ ଭାଇରାଲ ହୋଇଥିବାରୁ କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କୋଚ୍‌ଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଗୋଆ ସନ୍ତରଣ ମହାସଂଘ (ଜିଏସ୍‌ଏ)ରେ କୋଚ୍‌ ଭାବେ କାର୍ଯ୍ୟ କରୁଥିବା ସୁରଜିତ ଗାଙ୍ଗୁଲିଙ୍କଠାରୁ ଟ୍ରେନିଂ ନେଉଥିବା ୧୫ ବର୍ଷୀୟା ନାବାଳିକା ତାଙ୍କ ବିରୋଧରେ ଏଭଳି ଗୁରୁତର ଅଭିଯୋଗ ଆଣିଛନ୍ତି। ଜିଏସ୍‌ଏ କୋଚ୍‌ ସୁରଜିତଙ୍କ ଚୁକ୍ତିକୁ ବାତିଲ କରି ଦେଇଛି। ସୁଇମିଂ ଫେଡେରେଶନ ଅଫ୍‌ ଇଣ୍ଡିଆ ସେହି କୋଚ୍‌ଙ୍କୁ କୌଣସି ସ୍ଥାନରେ ନିଯୁକ୍ତି ନ କରିବାକୁ ମୁଁ କହିଛି। ଏହା ସମସ୍ତ ମହାସଂଘରେ କାର୍ଯ୍ୟକାରୀ ହେବା ଦରକାର ବୋଲି ରିଜିଜୁ ଟୁଇଟ୍‌ କରିଛନ୍ତି। ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ଦ୍ୱାରା କୋଚ୍‌ଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଭଳି ଜଘନ୍ୟ ଅପରାଧ ବିରୋଧରେ ପୋଲିସ ମଧ୍ୟ କାର୍ଯ୍ୟାନୁଷ୍ଠାନ ନେବ। କୋଚ୍‌ ଭାବେ ତାଙ୍କର ଭଲ ଟ୍ରାକ ରେକର୍ଡ ଯୋଗୁ ଆମେ ତାଙ୍କୁ ଅଢ଼େଇ ବର୍ଷ ତଳେ ନିଯୁକ୍ତ କରିଥିଲୁ। ଆଗରୁ କୌଣସି ଅଭିଯୋଗ ତାଙ୍କ ନାମରେ ଆସି ନାହିଁ। କୋଚ୍‌ ଓ ଅଭିଯୋଗକାରୀ ନାବାଳିକା ବେଙ୍ଗଲର ବାସିନ୍ଦା ଥିବା ଜିଏସ୍‌ଏ ସମ୍ପାଦକ ସୟଦ ଅବଦୁଲ ମାଜିଦ କହିଛନ୍ତି। ଉକ୍ତ ନାବାଳିକା ଥାନାରେ ଏତଲା ଦେଇଥିବା ପଶ୍ଚିମବଙ୍ଗ ପୋଲିସ ସ୍ପଷ୍ଟ କରିଛି। ନାବାଳିକା ଦେଇଥିବା ତଥ୍ୟ ଅନୁଯାୟୀ, ଆମେ ଗତକାଲି ଏତଲା ଦାୟର କରିଛୁ। ହେଲେ ଏହି ମାମଲା ଗୋଆ ଅନ୍ତର୍ଗତ ହୋଇଥିବାରୁ ଆମେ ସେଠାକୁ ପଠାଇ ଦେବୁ ବୋଲି ଜଣେ ପୋଲିସ କର୍ମକର୍ତ୍ତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri