Posted inଜାତୀୟ

ନାବାଳିକାଙ୍କୁ ଗଣବଳାତ୍କାର ପରେ: ଲଣ୍ଡାକରି ଗାଁରେ ବୁଲାଇଲେ

ଗୟା, ୨୮ା୮(ପି.ଟି.): ବିହାରର ଗୟା ଜିଲାରେ ଜଣେ ନାବାଳିକାଙ୍କୁ କେତେକ ଯୁବକ ଗାଡ଼ିରେ ଜୋରଜବରଦସ୍ତ ଉଠାଇନେଇ ଗଣବଳାତ୍କାର କରିବା ପରେ ପଞ୍ଚାୟତର ନିର୍ଦ୍ଦେଶ କ୍ରମେ ଉକ୍ତ ପୀଡ଼ିତାଙ୍କୁ ଲଣ୍ଡା କରି ଗାଁ ଦାଣ୍ଡରେ ବୁଲାଇବା ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଛି। ୬ ଯୁବକ ସ୍ଥାନୀୟ ପଞ୍ଚାୟତ ଛାତ ଉପରେ ନାବାଳିକାଟିକୁ ବେହୋସ୍‌ କଲା ପର୍ଯ୍ୟନ୍ତ ବଳାତ୍କାର କରିଥିବା ପୋଲିସ କହିଛି। ଜଣେ ଗାଁ ଲୋକ ଏହା ଦେଖି ଖବର ଦେବାରୁ ନାବାଳିକାକୁ ଉଦ୍ଧାର କରାଯାଇଥିଲା। ହେଲେ କେତେକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ପ୍ରରୋଚନାରେ ପଞ୍ଚାୟତ ବୈଠକରେ ପୀଡ଼ିତାଙ୍କୁ ସହଯୋଗ କରିବା ପରିବର୍ତ୍ତେ ତାଙ୍କୁ ଲଣ୍ଡା କରାଯାଇ ଗାଁ ଦାଣ୍ଡରେ ବୁଲାଯାଇଥିଲା।
ଘଟଣାଟି ଗତ ୧୪ ତାରିଖରେ ଘଟିଥିବାବେଳେ ସୋମବାର ଏନେଇ ମହିଳା ଥାନାରେ ମାମଲା ରୁଜୁ କରାଯାଇଥିଲା। ପୀଡ଼ିତା ଓ ତାଙ୍କ ମା ଏନେଇ ବରିଷ୍ଠ ପୋଲିସ ଅଧିକାରhୀଭ୍କୁ ଜଣାଇଥିଲେ। ଏହି ଘଟଣାରେ ପୋଲିସ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି। ପୀଡ଼ିତାଙ୍କୁ ଦଣ୍ଡାଦେଶ ଦେଇଥିବା ୫ ପଞ୍ଚାୟତ ପ୍ରତିନିଧୀଙ୍କ ବିରୋଧରେ ପୋକ୍ସୋ ଆଇନ ଲାଗିଥିବା ଜଣାପଡ଼ିଛି। ବଳାତ୍କାର କରିଥିବା ଅଭିଯୁକ୍ତ ଦେବଲାଲ୍‌ ଯାଦବଙ୍କୁ ପୀଡ଼ିତା ଚିହ୍ନଟ କରିବା ପରେ ଗିରଫ କରାଯାଇଛି। ଅନ୍ୟମାନେ ଫେରାର ଥିବାବେଳେ ପୋଲିସ ଅନୁସନ୍ଧାନ ଜାରି ରହିଥିବା ମୋହନପୁର ପୋଲିସଷ୍ଟେଶନ ଇନ୍‌ଚାର୍ଜ ରବିଭୂଷଣ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri