ନାବାଳିକାଙ୍କୁ ଗଣବଳାତ୍କାର ଘଟଣା: ୩ ବର୍ଷ ପରେ ୨ ଅଭିଯୁକ୍ତ ଗିରଫ

ଉଦଳା,୨୯ା୯(ଡି.ଏନ୍‌.ଏ.)- ବିବାହର ପ୍ରଲୋଭନ ଦେଖାଇ ଜଣେ ନାବାଳିକାଙ୍କୁ ପ୍ରେମିକ ନିଜର ଦୁଇ ସହଯୋଗୀଙ୍କ ସହିତ ମିଶି ୧୨ ଦିନ ଧରି ରାଜ୍ୟ ବାହାରେ ଗଣବଳାତ୍କାର କରିବା ଅଭିଯୋଗ ହୋଇଥିଲା। ଘଟଣାର ୩ ବର୍ଷ ପରେ ଶନିବାର ୨ ଅଭିଯୁକ୍ତଙ୍କୁ ଉଦଳା ପୋଲିସ୍‌ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଉଦଳା ଥାନା ନରସିଂହପୁର ଗ୍ରାମର ବାପୁନ ଓରଫ୍‌ ରଞ୍ଜିତ ସିଂହ (୩୬) ଏବଂ କାଦାଳା ଓରଫ୍‌ ଇଶ୍ୱର ଜେନା(୩୭)। ଡାକ୍ତରୀ ମାଇନା ପରେ ଉଭୟଙ୍କୁ ରବିବାର ବାରିପଦା କୋର୍ଟଚାଲାଣ କରାଯାଇଛି ା ମୁଖ୍ୟ ଅଭିଯୁକ୍ତ ପ୍ରେମିକ ଚିତ୍ତରଞ୍ଜନ ସିଂ ଏବେ ବି ଫେରାର ଥିବା ପୋଲିସ କହିଛି।
ପୋଲିସ ସୂଚନା ଅନୁଯାୟୀ, ୨୦୧୬ରେ ଉଦଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ପ୍ରେମିକ ଚିତ୍ତରଞ୍ଜନ ବିବାହର ପ୍ରତିଶ୍ରୁତି ଦେଇ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ନେଇ ଯାଇଥିଲେ। ସେଠାରେ ସେ ନାବାଳିକାଙ୍କୁୁ ଏକ ଭଡ଼ା ଘରେ ରଖି ଦୁଇ ସହଯୋଗୀଙ୍କ ସହିତ ମିଶି ୧୨ ଦିନ ଧରି ଗଣବଳାତ୍କାର କରିଥିଲେ ା ପରେ ନାବାଳିକାଙ୍କୁ ସାଙ୍ଗରେ ଧରି ଗାଁକୁ ଫେରିଥିବା ବେଳେ ଉଦଳା ବସଷ୍ଟାଣ୍ଡ ନିକଟରୁ ନାବାଳିକା ଜଣକ ସେଠାରୁ ଲୁଚି ଘରକୁ ପଳାଇଯାଇଥିଲେ। ଏ ନେଇ ୨୦୧୬ ଜୁଲାଇ ୧୨ ତାରିଖରେ ପୀଡିତା ଉଦଳା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୧୩୨/୧୬) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ୩ ଅଭିଯୁକ୍ତ ସେବେଠାରୁ ଫେରାର ଥିଲେ ା ଶନିବାର ରାତିରେ ଉଦଳା ଥାନା ସବଇନ୍ସପେକ୍ଟର ଅମ୍ବିକା ଦାସଙ୍କ ନେତୃତ୍ୱରେ ଏକ ପୋଲିସ୍‌ ଟିମ୍‌ ନୀଳଗିରି ଥାନା ନରସିଂହପୁର ଗ୍ରାମରେ ଚଢାଉ କରି ୨ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ସେମାନଙ୍କୁ ରବିବାର ବାରିପଦା କୋର୍ଟଚାଲାଣ କରାଯାଇଛି। ମୁଖ୍ୟ ଅଭିଯୁକ୍ତ ପ୍ରେମିକ ଚିତ୍ତରଞ୍ଜନଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଉପଖଣ୍ଡ ପୋଲିସ୍‌ ଅଧିକାରୀ ସ୍ବପ୍ନରଞ୍ଜନ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri