ନାବାଳିକାଙ୍କୁ ଗଣବଳାତ୍କାର ଘଟଣା: ଜେଲ୍‌ ଗଲେ ୪ ଅଭିଯୁକ୍ତ

ଚାନ୍ଦବାଲି, ୭।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲିରୁ ଅପେରା ଦେଖି ଫେରୁଥିବା ବେଳେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ସ୍ଥାନୀୟ ପୋଲିସ ଗୁରୁବାର ଅନ୍ୟ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ସ୍ଥାନୀୟ ଅଞ୍ଚଳର ପ୍ରକାଶ ଦାସ, ପିଣ୍ଟୁ ମହାଳିକ ଓ ସୁବ୍ରତ ସାହୁ। ସନ୍ଧ୍ୟାରେ ପୂର୍ବରୁ ଗିରଫ ହୋଇଥିବା ବିଶ୍ୱଜିତ ନାୟକଙ୍କ ସମେତ ଏହି ୪ ଅଭିଯୁକ୍ତଙ୍କୁ ଚାନ୍ଦବାଲି କୋର୍ଟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଭଦ୍ରକ ଜେଲକୁ ପଠାଯାଇଛି ବୋଲି ଏସ୍‌ପି ରାଜେଶ ପଣ୍ଡିତ ସୂଚନା ଦେଇଛନ୍ତି।
ଉଲ୍ଲେଖନୀୟ ଯେ, ନାବାଳିକାଙ୍କୁ ଗଣବଳାତ୍କାର ନେଇ ପୀଡ଼ିତାଙ୍କ ବାପାଙ୍କ ଅଭିଯୋଗ କ୍ରମେ ସୋମବାର ଚାନ୍ଦବାଲି ଥାନା ପୋଲିସ ଏକ ମାମଲା(ନଂ.୨୭୪/୧୯) ରୁଜୁ କରିଥିଲା। ସେହିଦିନ ଘଟଣାସ୍ଥଳରୁ ବିଶ୍ୱଜିତ୍‌ଙ୍କୁ ଗିରଫ କରିଥିବାବେଳେ ବୁଧବାର ପିଣ୍ଟୁ ଓ ସୁବ୍ରତଙ୍କୁ ଥାନାକୁ ଆଣି ଅଟକ ରଖିଥିଲା। ବୁଧବାର ଅପରାହ୍ନରେ ପୋଲିସ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳ ଚାନ୍ଦବାଲି କଲେଜରୋଡ୍‌ର ଫାୟାର ଷ୍ଟେଶନ ନିକଟସ୍ଥ ଅଞ୍ଚଳକୁ ଯାଇ ତଥ୍ୟ ସଂଗ୍ରହ କରିଥିଲା। ଗୁରୁବାର ମଧ୍ୟାହ୍ନରେ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କଡ଼ା ପୋଲିସ ସୁରକ୍ଷା ମଧ୍ୟରେ ଏହି ୩ ଜଣଙ୍କର ଡାକ୍ତରୀ ମାଇନା କରାଯାଇଥିଲା। ଅପରାହ୍ନରେ ଫେରାର ଥିବା ଅଭିଯୁକ୍ତ ପ୍ରକାଶଙ୍କୁ ବାଲେଶ୍ୱର ଅଞ୍ଚଳରୁ ଧରାଯାଇ ଚାନ୍ଦବାଲିକୁ ଅଣାଯାଇ ସନ୍ଧ୍ୟାରେ ଡାକ୍ତରୀମାଇନା କରାଯାଇଥିଲା। ସୂଚନାଥାଉ କି, ଗତ ୪ ତାରିଖରେ ଏହି ଘଟଣା ପରେ ପୂର୍ବାଞ୍ଚଳ ଆଇଜି ଦିପ୍ତେଶ ପଟ୍ଟନାୟକ ଓ ଭଦ୍ରକ ଜିଲା ଏସ୍‌ପି ପଣ୍ଡିତ ଚାନ୍ଦବାଲିରେ ଅବସ୍ଥାନ କରି ଏକ ସ୍ବତନ୍ତ୍ର ଟାସ୍କଫୋର୍ସ ଗଠନ କରିଥିଲେ। ବିଭିନ୍ନ ସ୍ଥାନରେ ଚଢ଼ାଉ ସହିତ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କୁ ପଚରାଉଚୁରା କରାଯାଇଥିଲା। ୩ ଦିନ ମଧ୍ୟରେ ୪ ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ସକ୍ଷମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri