ନାବାଳିକାଙ୍କୁ ଗଣବଳାତ୍କାର: ୨ ନାବାଳକଙ୍କ ସମେତ ୩ ଅଟକ

ବଣାଇ,୧୮।୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡ ଲହୁଣୀପଡା ଥାନା ଅନ୍ତର୍ଗତ ଟେନସାବସ୍ତିରେ ଶୁକ୍ରବାର ରାତିରେ ଜଣେ ନାବାଳିକା (୧୪)ଙ୍କୁ ଗଣବଳାତ୍କାର କରାଯାଇଛି। ରବିବାର ଘଟଣାରେ ସମ୍ପୃକ୍ତ ୨ନାବାଳକ ସହ ଜଣେ ଯୁବକଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। ଅଭିଯୁକ୍ତ ଓ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଯିବ ବୋଲି ପୋଲିସ କହିଛି।
ଶୁକ୍ରବାର ଏକ ନିର୍ବନ୍ଧ ଉତ୍ସବରେ ଯୋଗଦେବା ପାଇଁ ଉକ୍ତ ଅଞ୍ଚଳର ନାବାଳିକା ଯାଇଥିଲେ। ଜଣେ ନାବାଳକ ତାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଟେନସା ଡାକବଙ୍ଗଳା ନିକଟକୁ ନେଇଯାଇଥିଲେ। ପରେ ଆଉ ଦୁଇଜଣ ସେଠାରେ ପହଞ୍ଚତ୍ ଥିଲେ। ଶେଷରେ ସମସ୍ତେ ତାଙ୍କୁ ବଳାତ୍କାର କରିଥିଲେ। ଏହି ଘଟଣା ନାବାଳିକାଙ୍କ ପରିବାର ଲୋକେ ଜାଣିବା ପରେ ଶନିବାର ଟେନ୍‌ସା ଫାଣ୍ଡିରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାକୁ ଗୁରୁତ୍ୱ ଦେଇ ନ ଥିଲା। ପରେ ସ୍ଥାନୀୟ ଅଞ୍ଚଳର ୩୦ରୁ ଊର୍ଦ୍ଧ୍ୱ ମହିଳା ଫାଣ୍ଡି ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ପରେ ପୋଲିସ ଅଭିଯୋଗକୁ ଗ୍ରହଣ କରିବାକୁ ବାଧ୍ୟ ହୋଇଥିଲା। କେଉଁ କାରଣରୁ ପୋଲିସ ଏହି ଘଟଣାକୁ ଚାପି ଦେବାକୁ ଚେଷ୍ଟା କରୁଥିଲା ତାହା ଜଣାପଡିନାହିଁ। ମହିଳାଙ୍କ ଆନ୍ଦୋଳନ ପରେ ପୋଲିସ ଚାପରେ ଏକ ମାମଲା ରୁଜୁ କରିଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏ ସଂକ୍ରାନ୍ତରେ ଲହୁଣୀପଡା ଥାନାରେ ଏକ ମାମଲା (ନଂ.୧୨୧/୨୦୧୯) ରୁଜୁ ହୋଇଛି। ଘଟଣାର ତଦନ୍ତ ଚାଲିଛି ବୋଲି ଉପଖଣ୍ଡ ପୋଲିସ ଅଧିକାରୀ ଅବକାଶ ରାଉତରାୟ ପ୍ରକାଶ କରିଛନ୍ତି। ଅପରପକ୍ଷରେ ପୋଲିସ ପ୍ରଥମରୁ ଏହି ଘଟଣାକୁ ଚାପିଦେବାକୁ ଚେଷ୍ଟା କରୁଥିବାରୁ ତଦନ୍ତର ଦିଗ କୁଆଡେ ଯାଉଛି ତା ଉପରେ ଏବେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri