Posted inରାଜ୍ୟ

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ୨ କୋର୍ଟ ଚାଲାଣ

କଳିଙ୍ଗନଗର,୨୧|୬(ଡି.ଏନ୍‌.ଏ.)- କଳିଙ୍ଗନଗର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ପୋଲିସ ମୋବାଇଲ୍‌ ଟ୍ରାକିଂ ଜରିଆରେ ବୁଧବାର ରାତିରେ ୨ ଜଣ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ରାମଠେଙ୍ଗା ଗ୍ରାମର ଜିତେନ୍ଦ୍ର ଜାମୁଦା ଓ ବାଲିଆପାଳ ଗ୍ରାମର ସୁନିଲ ଜାମୁଦା। ଗୁରୁବାର ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉଭୟ ପୀଡିତା ଏବଂ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରାଯାଇଛି। ପୀଡିତାଙ୍କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବାବେଳେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ତଦନ୍ତକାରୀ ଅଧିକାରୀ ପ୍ରଭଞ୍ଜନ ବେହେରା କହିଛନ୍ତି।
ପ୍ରକାଶ ଯେ, ମୟୂରଭଞ୍ଜ ଜିଲା ମହୁଲିଢିଅ ଥାନା ଅଞ୍ଚଳର ଉକ୍ତ ନାବାଳିକା ରଜରେ ବୁଲିବାକୁ ଯାଜପୁର ଜିଲା ଟମକା ଥାନା ଅଞ୍ଚଳରେ ଥିବା ସମ୍ପର୍କୀୟଙ୍କ ଘରକୁ ଆସିଥିଲେ। ସେଠାରୁ ୧୬ ତାରିଖରେ ଡୁବୁରୀ ଥାନା ଅନ୍ତର୍ଗତ ଶାଳିଜଙ୍ଗା ପଞ୍ଚାୟତର ବେଙ୍ଗ ପାଟିଆକୁ ଦୋଳି ଖେଳିବା ପାଇଁ ଯାଇଥିଲେ। ସେଠାରେ ତାଙ୍କର ଜିତେନ୍ଦ୍ର ଓ ସୁନିଲଙ୍କ ସହ ପରିଚୟ ହୋଇଥିଲା। ପରେ ଜିତେନ୍ଦ୍ର ଓ ସୁନିଲ ନିକଟ ଗ୍ରାମରେ ଚାଲିଥିବା ଆଦିବାସୀ ନାଟକ ଦେଖିବାକୁ ନାବାଳିକାଙ୍କୁ ଡାକିଥିଲେ। ନାଟକ ଦେଖିସାରିବା ପରେ ତାଙ୍କୁ ତାଙ୍କ ସମ୍ପର୍କୀୟଙ୍କ ଘରେ ଛାଡି ଦେବାକୁ କହିଥିଲେ। ଏଥିରେ ନାବାଳିକା ଜଣଙ୍କ ରାଜି ହୋଇ ସେମାନଙ୍କ ସହିତ ବାଇକ୍‌ରେ ବସି ନାଟକ ଦେଖିବାକୁ ଯାଇଥିଲେ। ହେଲେ ଅଭିଯୁକ୍ତ ଦ୍ୱୟ ନାଟକ ଦେଖାଇବାକୁ ନେବା ପରିବର୍ତ୍ତେ ସ୍ଥାନୀୟ ରେଳବାଇ ବିଭାଗର ଏକ ପରିତ୍ୟକ୍ତ ଘରେ ତାଙ୍କୁ ବଳାତ୍କାର କରିଥିଲେ। ପର ଦିନ ସକାଳେ ନାବଳିକାଙ୍କୁ ଡୁବୁରୀ ଛକଠାରେ ଛାଡି ଫେରାର ହୋଇଯାଇଥିଲେ। ନାବାଳିକାଙ୍କଠାରୁ ସମସ୍ତ ଘଟଣା ଜାଣିବା ପରେ ୧୮ ତାରିଖରେ ସମ୍ପର୍କୀୟ ପିଉସା କଳିଙ୍ଗନଗର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ମାମଲା (ନଂ.୧୧୦/୧୯) ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ

ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି।…

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର

ଭୁବନେଶ୍ୱର,୧୮।୪: ଶେଖ୍‌ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri