ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ପୁରୀରୁ ଗିରଫ

ଜଳେଶ୍ୱର,୯।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ରାଇବଣିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ହେଲେ ଜଳେଶ୍ୱର ନଶ୍ଚିମପୁର ଅଞ୍ଚଳର ଅଶୋକ ଦତ୍ତ।

ଅଶୋକ ଉକ୍ତ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ନେଇ ଗତ ୭ ତାରିଖରେ ପରିବାରଲୋକେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏ ନେଇ ମାମଲା ରୁଜୁ କରିଥିଲା। ପରେ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ପୁରୀରୁ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତ ଅଶୋକଙ୍କୁ ଗିରଫ କରିଛି। ତାଙ୍କୁ କୋର୍ଟଚାଲାଣ କରାଯିବ ବୋଲି ଜଳେଶ୍ୱର ଏସ୍‌ଡିପିଓ ଅଙ୍କିତା କୁମ୍ଭାର ସୂଚନା ଦେଇଛନ୍ତି।