ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୫ା୩ (ବ୍ୟୁରୋ): ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେ ହେଲେ ନୟାଗଡ଼ ଜିଲା ଓଡଗାଁ ଥାନା ଅଞ୍ଚଳର ଚନ୍ଦ୍ରଶେଖର ପ୍ରଧାନ(୩୭)। ସୂଚନା ମୁତାବକ, ଅଭିଯୁକ୍ତ ଚନ୍ଦ୍ରଶେଖର ଶହୀଦନଗର ଥାନା ଆଖଣ୍ଡଳମଣି ବସ୍ତିରେ ରହି ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଏକ ଜଳଖିଆ ଦୋକାନ କରିଥିଲେ। ସ୍ଥାନୀୟ ଅଞ୍ଚଳର ଜଣେ ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହ ପ୍ରତିଶ୍ରୁତି ଦେଇ ସମ୍ପର୍କ ବଢ଼ାଇଥିଲେ। ପରେ ତାଙ୍କୁ ବଳାତ୍କାର କରିଥିଲେ। ନାବାଳିକାଙ୍କ ପରିବାର ଲୋକେ ଜାଣିବା ପରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଗତ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରିବା ସହ ୧୨୫/୨୦ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।