Posted inଖେଳ

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ହାଇତି ଫୁଟବଲ ମୁଖ୍ୟ ସସ୍‌ପେଣ୍ଡ

ପୋର୍ଟ-ଅଉ-ପ୍ରିନ୍ସ (ହାଇତି), ୨୬।୫ (ଏଏଫ୍‌ପି): ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ହାଇତି ଫୁଟବଲ ଫେଡେରେଶନ ମୁଖ୍ୟ ୟଭେସ ଜିନ-ବାର୍ଟଙ୍କୁ ସସ୍‌ପେଣ୍ଡ କରାଯାଇଛି। ବିଶ୍ୱ ଫୁଟ୍‌ବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ୭୩ ବର୍ଷୀୟ ବାର୍ଟଙ୍କ ବିପକ୍ଷରେ ଏହି କଡ଼ା ନିଷ୍ପତ୍ତି ନେଇଛି ବୋଲି ଘୋଷଣା କରିଛି। ଜାତୀୟ ଟ୍ରେନିଂ ସେଣ୍ଟରରେ ସେ ଏକାଧିକ ନାବାଳିକା ଖେଳାଳିଙ୍କୁ ଯୌନ ଶୋଷଣ କରିବାର ଅଭିଯୋଗ ହୋଇଛି। ତେବେ ସେ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ତାଙ୍କୁ ୯୦ ଦିନ ପାଇଁ ସସ୍‌ପେଣ୍ଡ କରାଯାଇଛି। ତାଙ୍କ ବିରୋଧରେ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ଫିଫା ଆଚରଣ ବିଧି ଧାରା ୮୪ ଓ ୮୫ ଅନୁଯାୟୀ ହାଇତିଆନ ଫୁଟବଲ ଫେଡେରେଶନ (ଏଫ୍‌ଏଚ୍‌ଏଫ୍‌)ର ଅଧ୍ୟକ୍ଷ ବାର୍ଟଙ୍କୁ ଉଭୟ ଜାତୀୟ ଓ ଅନ୍ତର୍ଜାତୀୟ ଫୁଟବଲ କାର୍ଯ୍ୟକଳାପରୁ ୯୦ ଦିନ ପାଇଁ ବାସନ୍ଦ କରାଯାଇଛି ବୋଲି ସୋମବାର ଫିଫା ତରଫରୁ କୁହାଯାଇଛି। ତଦନ୍ତ ପ୍ରକ୍ରିୟାକୁ ଦୃଷ୍ଟିରେ ରଖି ତାଙ୍କ ବିରୋଧରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ସାମୟିକ ବାସନ୍ଦାଦେଶ ତୁରନ୍ତ ଆରମ୍ଭ ହୋଇଛି। ହାଇତି ପୋଲିସ୍‌ ମଧ୍ୟ ଏ ନେଇ ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ କେତୋଟି ପ୍ରଶ୍ନର ଉତ୍ତର ପାଇଁ ଜଣେ ଜଜ୍‌ ଫେଡେରେଶନର କେତେଜଣ କର୍ମଚାରୀଙ୍କୁ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଦି ଗାର୍ଡିଆନ୍‌ରେ ପ୍ରକାଶିତ ଏକ ଖବର ଅନୁଯାୟୀ ଜଣେ ମହିଳା ବାର୍ଟଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ବାର୍ଟ ଗତ କେତେବର୍ଷ ଧରି କେତେଜଣ ସ୍ବଳ୍ପ ବୟସ୍କା ମହିଳା ଖେଳାଳିଙ୍କୁ ଦୁଷ୍କର୍ମ କରି ଆସୁଥିଲେ। ପନଶ୍ଚ ଚୁପ୍‌ ରହିବାକୁ ସେ ଚାପ ମଧ୍ୟ ପକାଉଥିଲେ। ତେଣୁ ତାଙ୍କୁ ସସ୍‌ପେଣ୍ଡ କରି ଫିଫା ଏକ ଦୃଷ୍ଟାନ୍ତମୂଳକ ନିଷ୍ପତ୍ତି ନେଇଛି ବୋଲି ନ୍ୟାଶନାଲ ନେଟ୍‌ଓ୍ବର୍କ ଫର୍‌ ଦି ଡିଫେନ୍ସ ଅଫ୍‌ ହ୍ୟୁମାନ ରାଇଟ୍‌ ତରଫରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri