ନାବାଳିକାଙ୍କୁ ବଳାତ୍କାର, ଅଶ୍ଳୀଳ ଫଟୋ ଭାଇରାଲ

ଗୋପାଳପୁର,୭ା୯-ଗଞ୍ଜାମ ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଏବେ ମଧ୍ୟ ବାଲ୍ୟବିବାହ ଚାଲିଛି। ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ନାବାଳିକା ବିବାହ ପରେ ଗଁ।କୁ ଆସିଥିବାବେଳେ ତାଙ୍କୁ ବଳାତ୍କାର କରାଯାଇଥିବା ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। ଅଭିଯୁକ୍ତ ତାଙ୍କ ଅଶ୍ଳୀଳ ଫଟୋ ସୋସିଆଲ ମିଡିଆରେ ଭାଇରାଲ କରିଥିବା ମଧ୍ୟ ଏତଲାରେ ଉଲ୍ଲେଖ ରହିଛି। ନଂ.୨୧୬/୧୯ରେ ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଛି। ଘଟଣା ପରେ ଅଭିଯୁକ୍ତ ଜଣକ ଫେରାର ହୋଇଯାଇଛନ୍ତି।
ପ୍ରକାଶ ଯେ, ଏହି ଥାନା ଅଞ୍ଚଳର ଜଣେ ନାବାଳିକା ବର୍ଷେତଳେ ପାଖ ଗ୍ରାମରେ ବିବାହ କରିଥିଲେ। କିଛିଦିନ ତଳେ ସେ ବାପଘରକୁ ବୁଲିବାକୁ ଆସିଥିଲେ। ତାଙ୍କ ଘରକୁ ଆସୁଥିବା ଉକ୍ତ ଥାନା ଅନ୍ତର୍ଗତ ମାଝି ଗ୍ରାମର ଜଣେ ଯୁବକ ଅଗଷ୍ଟ ୧୭ରେ ନାବାଳିକାଙ୍କୁ ବଜାର ବୁଲାଇବାକୁ କହି ସାଙ୍ଗରେ ନେଇଥିଲେ। ସେଠାରେ ସର୍ବତ ପିଇବାକୁ ଦେବାପରେ ସେ ଚେତାଶୂନ୍ୟ ହୋଇ ପଡିଥିଲେ। ଚେତା ଫେରିବା ବେଳକୁ ନାବାଳିକା ସୁରାଟର ଏକ ଲଜ୍‌ରେ ଥିବା ଜାଣିପାରିଥିଲେ। ସେଠାରେ ୧୦ଦିନ ରଖି ଯୁବକ ଜଣକ ତାଙ୍କୁ ବଳାତ୍କାର କରିଥିଲେ। ଏଥିସହ ତାଙ୍କର ଅଶ୍ଳିଳ ଫଟୋ ମଧ୍ୟ ଉଠାଇଥିଲେ। ପରେ ତାଙ୍କ ପାଖରେ ଥିବା ସୁନା ଗହଣା ଓ ଟଙ୍କା ନେଇ ଯୁବକ ଜଣକ ଲଜ୍‌ରେ ଛାଡି କେଉଁଆଡେ ପଳାଇଥିଲେ। ପରେ ନାବାଳିକା ଜଣକ ହୋଟେଲର ଜଣେ ଯୁବକଙ୍କୁ ସାହାଯ୍ୟ ମାଗି ସେପ୍ଟେମ୍ବର ୨ରେ ଘରକୁ ଫେରିଥିଲେ। ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇବା ସହ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋକ୍ସୋ ଆକ୍ଟରେ ମାମଲା ରୁଜୁକରି ପୋଲିସ ଘଟଣାର ତଦନ୍ତ ଚଳାଇଛି। ଗୁରୁବାର ବ୍ରହ୍ମପୁର ବଡ଼ ମେଡିକାଲରେ ନାବାଳିକାଙ୍କ ଡ଼ାକ୍ତରୀ ମାଇନା କରାଯାଇ ଶୁକ୍ରବାର ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌-୨ଙ୍କ ନିକଟରେ ଧାରା ୧୬୪ରେ ବୟାନ ରେକର୍ଡ କରାଯାଇଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ଗୋଳନ୍ଥରା ଥାନାଧିକାରୀ ବାବୁଲି ନାୟକଙ୍କ ନେତୃତ୍ୱରେ ସ୍ବତନ୍ତ୍ର ଟିମ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।କ


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri