Posted inଜାତୀୟ

ନାବାଳିକାଙ୍କୁ ବଳାତ୍କାର, ହତ୍ୟା

ଭୋପାଳ,୧୦ା୬(ପି.ଟି./ ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ଆଲିଗଡ଼ ଓ ହମିରପୁର ପରେ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ଘଟିଛି ଆଉ ଏକ ଲଜ୍ଜାଜନକ ଘଟଣା। ଭୋପାଳର କମଳାନଗରରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା କରାଯାଇଛି। ୮ ବର୍ଷୀୟା ଝିଅଙ୍କ ମୃତଦେହ ରବିବାର ଏକ ନାଳରୁ ଉଦ୍ଧାର କରାଯିବା ପରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହି ମାମଲାରେ ୬ ପୋଲିସ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି।
କମଳାନଗର ଥାନା ମଣ୍ଡଓ୍ବା ବସ୍ତିର ଜଣେ ନାବାଳିକା ଶନିବାର ରାତି ପ୍ରାୟ ୮ଟାରେ କିଛି ସାମଗ୍ରୀ କିଣିବା ପାଇଁ ଘରୁ ବାହାରିଥିଲେ। ସେ ନ ଫେରିବାରୁ ଘର ଲୋକେ ତାଙ୍କୁ ବହୁ ଖୋଜାଖୋଜି କରିଥିଲେ। ତାଙ୍କର ପତ୍ତା ନ ମିଳିବାରୁ ପରିବାର ଲୋକେ କମଳାନଗର ଥାନାରେ ଝିଅ ନିଖୋଜ ଥିବା ନେଇ ରିପୋର୍ଟ କରିଥିଲେ। ହେଲେ ପୋଲିସ ଏହାକୁ ଗମ୍ଭୀରତା ସହ ନେଇ ନ ଥିଲା। ରାତି ୧୧ଟାରେ ଜଣେ କର୍ପୋରେଟରଙ୍କଠାରୁ ଫୋନ୍‌ କଲ୍‌ ପାଇବା ପରେ ପୋଲିସର ନିଦ ଭାଙ୍ଗିଲା। ମାତ୍ର କିଛି ଲାଭ ହେଲାନାହିଁ। ରବିବାର ସକାଳ ୫ଟାରେ ସମ୍ପୃକ୍ତ ଅଞ୍ଚଳର ଏକ ନାଳରୁ ନାବାଳିକାଙ୍କ ମୃତଦେହ ମିଳିଲା। ହାମିଦିଆ ହସ୍ପିଟାଲରେ ମୃତଦେହ ବ୍ୟବଚ୍ଛେଦ ବେଳେ ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି। ନିଖୋଜ ରିପୋର୍ଟ ପାଇବା ପରେ ସମ୍ପୃକ୍ତ ଅଞ୍ଚଳରେ ପୋଲିସ ମୁତୟନ କରାଯାଇ ତଲାସି ଚଳାଇଥିଲେ ଏପରି ଘଟି ନ ଥାନ୍ତା ବୋଲି ପରିବାର ଓ ଉତ୍ତ୍ୟକ୍ତ ଲୋକେ ଅଭିଯୋଗ କରିଛନ୍ତି। କର୍ତ୍ତବ୍ୟରେ ଅବହେଳା ପାଇଁ ୬ ପୋଲିସ ଅଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି। ତାଙ୍କୁ ଧରାଇଦେଲେ ୨୦ ହଜାର ଟଙ୍କା ଦିଆଯିବ ବୋଲି ପୋଲିସ ପକ୍ଷରୁ ଘୋଷଣା କରାଯାଇଛି।
ଦୁଇଦିନ ପୂର୍ବରୁ ଉଜ୍ଜୟିନୀରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଅଭିଯୋଗରେ ଅଭିଯୁକ୍ତଙ୍କୁ ଶନିବାର ଗିରଫ କରାଯାଇଥିଲା। ମଧ୍ୟପ୍ରଦେଶରେ ନାବାଳିକାଙ୍କ ପ୍ରତି ଯୌନ ଉତ୍ପୀଡ଼ନ ଘଟଣା ରାଜ୍ୟ ରାଜନୀତିକୁ ସରଗରମ କରିଛି। ଭୋପାଳର ନବନିର୍ବାଚିତ ଏମ୍‌ପି ପ୍ରଜ୍ଞା ସିଂ ଠାକୁର ସଦ୍ୟ ଘଟଣାର ନିନ୍ଦା କରିବା ସହ ପୀଡ଼ିତାଙ୍କ ଘରକୁ ଯାଇ ସମବେଦନା ଜଣାଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍‌ବିଜୟ ସିଂ ମଧ୍ୟ ନାବାଳିକାଙ୍କ ଘରକୁ ଯାଇ ଏହାର ନିନ୍ଦା କରିଛନ୍ତି। ମୁଖ୍ୟମନ୍ତ୍ରୀ କମଲନାଥ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନର ପ୍ରତିଶ୍ରୁତି ଦେଇଛନ୍ତି। ୟୁପିର ହମିରପୁର ଜିଲାରେ ଜଣେ ୧୦ ବର୍ଷୀୟା ଝିଅଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଛି। ଦଳିତ ନାବାଳିକା ଜଣକ ଶୁକ୍ରବାର ରାତିରେ ତାଙ୍କ ଘର ବାହାରେ ମା’ଙ୍କ ସହ ଶୋଇଥିଲେ। କେତେଜଣ ଦୁର୍ବୃତ୍ତ ତାଙ୍କୁ ଉଠାଇନେଇ ଏକ ଶ୍ମଶାନ ଘାଟରେ ଗଣବଳାତ୍କାର ପରେ ହତ୍ୟା କରିଥିଲେ। ନାବାଳିକାଙ୍କ ମୃତଦେହ ଏକ ବୁଦାରୁ ଉଦ୍ଧାର ହୋଇଛି। ୫ ଅଭିଯୁକ୍ତ ଗିରଫ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri