ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ମାମଲା,ଦୋଷୀଙ୍କୁ ୫ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୧୧: ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ମାମଲାର ବିଚାର କରି ବାଲେଶ୍ୱର ପୋକ୍‌ସୋ କୋର୍ଟର ସ୍ବତନ୍ତ୍ର ଜଜ୍‌ ରଞ୍ଜନ କୁମାର ସୂତାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୫ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ଏହାସହ ୫ହଜାର ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଆଉ ବର୍ଷେ ଜେଲଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି। ଅଭିଯୁକ୍ତ ଯୁବକ ହେଲେ ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅଧୀନ ମନୁନଗର ଅଞ୍ଚଳର ଉପେନ୍ଦ୍ର ପାଳ ।
ଉପେନ୍ଦ୍ର ଜଣେ ନାବାଳିକାଙ୍କ ଅଶ୍ଳୀଳ ଫଟୋ କୌଶଳକ୍ରମେ ଉଠାଇ ତାଙ୍କୁ ବ୍ଲାକମେଲ୍‌ କରିବା ସହ ଭିନ୍ନ ଭିନ୍ନ ସ୍ଥାନକୁ ଡାକି ଅନିଚ୍ଛା ସତ୍ତ୍ୱେ ଶାରୀରିକ ସମ୍ପର୍କ ରଖିଆସୁଥିଲେ। ଏହି ଘଟଣା ପରିବାର ଲୋକେ ଜାଣିବା ପରେ ଉପେନ୍ଦ୍ର ଓ ତାଙ୍କ ପରିବାର ସହ ଆଲୋଚନା କରିଥିଲେ। ହେଲେ ଏହାର ସମାଧାନ ହୋଇପାରି ନ ଥିଲା। ଅନ୍ୟପକ୍ଷରେ ଉପେନ୍ଦ୍ର ନାବାଳିକାଙ୍କ ପରିବାର ଲୋକଙ୍କୁ ଧମକ ଦେବା ସହ ଗାଳିଗୁଲଜ କରିଥିଲେ। ନାବାଳିକାଙ୍କ ସମ୍ପର୍କୀୟଙ୍କୁ ଅଶ୍ଳୀଳ ଫଟୋ, ଭିଡ଼ିଓ ଏବଂ ରେକର୍ଡ଼ିଂ ହ୍ବାଟସ୍‌ଅପ୍‌ରେ ପଠାଇବା ସହ ନିଜ ଫେସବୁକ୍‌ରେ ଅପଲୋଡ୍‌ କରିଥିଲେ। ଏହାପରେ ବାଧ୍ୟ ହୋଇ ପରିବାର ଲୋକେ ୨୦୧୬ ଫେବୃୟାରୀ ୯ ତାରିଖରେ କମର୍ଦ୍ଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ କମର୍ଦ୍ଦା ଥାନାରେ ମାମଲା (ନଂ. ୬/୧୬) ରୁଜୁ କରାଯାଇଥିଲା। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଣବ କୁମାର ପଣ୍ଡା ମାମଲାର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri