ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ: କଲେଜ ଛାତ୍ର ଗିରଫ

ପୁରୁଣା ଭୁବନେଶ୍ୱର/ପିପିଲି,୧୮ା୧୧(ଡି.ଏନ.ଏ.): ପିପିଲି ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଅଭିଯୋଗରେ ପୋଲିସ ଜଣେ କଲେଜ ଛାତ୍ରଙ୍କୁ ରବିବାର ଗିରଫ କରିଛି। କଲେଜ ଛାତ୍ରଙ୍କ ଘର ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅଞ୍ଚଳରେ। ପୋଲିସ ସୂଚନା ମୁତାବକ, ଛାତ୍ର ଜଣକ ନିଜ ପରିବାର ସହ ପିପିଲି ଥାନା ଅଞ୍ଚଳରେ ୧୦ ବର୍ଷ ଧରି ରହି ଆସୁଥିଲେ। ସେ ସ୍ଥାନୀୟ ଏକ ଘରୋଇ କଲେଜରେ ପଢନ୍ତି। ଭାଇରାଲ ହୋଇଥିବା ନାବାଳିକା ଜଣକ ମଧ୍ୟ ତାଙ୍କ ସହ ଏକା ଶ୍ରେଣୀରେ ପଢନ୍ତି। ଅଭିଯୁକ୍ତ ଛାତ୍ରଙ୍କ ଭାଇ ନାବାଳିକାଙ୍କ ସହ ୯ମ ଶ୍ରେଣୀରୁ ପ୍ରେମ କରି ଶାରୀରିକ ସମ୍ପର୍କ ରଖି ଆସୁଥିଲେ। ସେ ନାବାଳିକାଙ୍କ ଦୁର୍ବଳତାର ସୁଯୋଗ ନେଇ ତାଙ୍କର ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଓ ଭିଡିଓ ଉତ୍ତୋଳନ କରି ମୋବାଇଲରେ ରଖିଥିଲେ। ୨ବର୍ଷ ଧରି ଅଭିଯୁକ୍ତ ଛାତ୍ରଙ୍କ ଭାଇ ଆନ୍ଧ୍ରରେ ରହି ଯାଇଥିଲେ। ଏହାର ସୁଯୋଗ ନେଇ ଅଭିଯୁକ୍ତ ଛାତ୍ର ତାଙ୍କ ଭାଇଙ୍କ ମୋବାଇଲରୁ ନାବାଳିକାଙ୍କ ଫଟୋ, ଭିଡିଓ ଆଣି ତାଙ୍କୁ ଦେଖାଇ ଶାରୀରିକ ସମ୍ପର୍କ ପାଇଁ କହିଥିଲେ। ମାତ୍ର ସେ ମନା କରିବାରୁ ଛାତ୍ର ଜଣଙ୍କ ଭିଡିଓ ଭାଇରାଲ କରିଥିଲେ। ଏ ନେଇ ପୋଲିସ ଦଫା ୩୭୬, ପୋସ୍କୋ ଆକ୍ଟରେ ନଂ. ୨୯୪/୧୯ରେ ମାମଲା ରୁଜୁ କରିଥିଲା। ଅନ୍ୟ ଅଭିଯୁକ୍ତମାନେ ଫେରାର ଅଛନ୍ତି। ସୋମବାର ଅଭିଯୁକ୍ତ ଛାତ୍ରଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ଶରତ ଚନ୍ଦ୍ର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri