ନାବାଳିକାଙ୍କ ଆକସ୍ମିକ ମୃତ୍ୟୁ, କାରଣ ଅସ୍ପଷ୍ଟ

ଯୋଡ଼ା,୨୨।୫(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ବନେଇକଳା ଠାରେ ଜଣେ ନାବାଳିକାଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସୂତ୍ରରୁ ଜଣାପଡ଼ିଛି ଯେ, ବନେଇକଳା ବସ୍ତିରେ ରହୁଥିବା କିଶୋରଚନ୍ଦ୍ର ପାତ୍ରଙ୍କ ୧୩ବର୍ଷର ନାବାଳିକା ଝିଅ ମୋନାଲିସା ପାତ୍ର ବୁଧବାର ସକାଳ ସମୟରେ ଦାନ୍ତ ଘଷୁଥିବା ବେଳେ ହଠାତ୍‌ ରକ୍ତବାନ୍ତି କରି ତଳେ ପଡ଼ିଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଯୋଡ଼ାସ୍ଥିତ ଟାଟାଷ୍ଟିଲ ଡାକ୍ତରଖାନାକୁ ନେଇଥିଲେ ହେଁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଯୋଡ଼ା ପୋଲିସ ଏ ନେଇ ଏକ ଅପମୃତ୍ୟୁ ମାମଲା (ନଂ.୧୩/୨୦୧୯) ରୁଜୁ କରି ଏହାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ନାବାଳିକା ମୋନାଲିସା କାଳିଆବେଡ଼ାସ୍ଥିତ ଆଦର୍ଶ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିଲେ। ତାଙ୍କର ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ମୋନାଲିସା ପୂର୍ବରୁ ଅସୁସ୍ଥ ଥିବା ତାଙ୍କ ବାପା କିଶୋର ଚନ୍ଦ୍ର ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri