ନାବାଳିକାଙ୍କ ବିବାହ ବନ୍ଦ କଲା ପୋଲିସ

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର, ୨୧।୧୧ (ଡି.ଏନ.ଏ/ସ୍ବ.ପ୍ର): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଲଙ୍ଗୁଳି ମଠ ପରିସରରେ ବୁଧବାର ନାବାଳିକାଙ୍କ ବିବାହ ଆୟୋଜନ ଚାଲିଥିଲା। ଖବରପାଇ ବାଲିଚନ୍ଦ୍ରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ବିବାହ ବନ୍ଦ କରିଥିଲେ। ଏଥିସହ ବୟସ ନ ହେବା ପର୍ଯ୍ୟନ୍ତ ବିବାହ କରିପାରିବେ ନାହିଁ ବୋଲି ନାବାଳିକାଙ୍କ ପିତାମାତାଙ୍କଠାରୁ ଲିଖିତ ପ୍ରତିଶ୍ରୁତି ପାଇଲା ପରେ ଛାଡ଼ିଥିଲେ। ସୂଚନା ଥାଉକି, ଏହି ଥାନା କଳାଶ୍ରୀ ଗ୍ରାମର ବଇରା ଦଳେଇଙ୍କ ପୁଅ ରାଜା ଦଳେଇ (୨୪)ଙ୍କ ସହିତ ତାଳୁଆ ବାଲିକୁଦା ଗ୍ରାମର ଜଣେ ନାବାଳିକାଙ୍କ ସହ ପ୍ରେମ ସମ୍ପର୍କ ଥିଲା। ଏହି ପ୍ରେମ ସମ୍ପର୍କକୁ ନେଇ ଉଭୟ ପରିବାର ବିବାହ କରିବାକୁ ରାଜି ହୋଇଥିଲେ। ପରିବାରର ସହମତିରେ ବୁଧବାର ଲଙ୍ଗୁଳି ମଠ ପରିସରରେ ବିବାହ ପାଇଁ ଆୟୋଜନ ଚାଲିଥିଲାବେଳେ ବାଲିଚନ୍ଦ୍ରପୁର ଥାନାଧିକାରୀ ସୁକାନ୍ତ କୁମାର ପାତ୍ର ଓ ବାଲିଚନ୍ଦ୍ରପୁର ସମନ୍ବିତ ଶିଶୁ ବିକାଶ ଅଧିକାରିଣୀ କୁସୁମ ମହାରଣା ଘଟଣାସ୍ଥଳରେ ପହଞ୍ଚି ବିବାହକୁ ବନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri