ଯୋଡ଼ା, ୨୮।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ଘଟିଥିବା ନାବାଳିକା ବଳତ୍କାର ଘଟଣାରେ ପୋଲିସ ଗୁରୁବାର ଆଉ ଜଣଙ୍କୁ ଗିରଫ କରିଛି। ତାଙ୍କ ନାମ ଅଜିତ କୁମାର ମିଶ୍ର।
ବଡ଼ବିଲ ଏସ୍ଡିପିଓ ଦିଲୀପ କୁମାର ବାଗଙ୍କ ସୂଚନା ଅନୁଯାୟୀ, ୩ଜଣ ନାବାଳକଙ୍କୁ ମିଶାଇ ଏହି ଘଟଣାରେ ୭ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ୩ ନାବାଳକଙ୍କୁ ସ୍ବଧାର ଗୃହକୁ ପଠାଯାଇଥିବା ବେଳେ କ୍ରିଷ୍ଣା କାରୁଆ, ସୁରଜ ମୁଣ୍ଡା, ଦୁମ୍ବି ମୁଣ୍ଡାଙ୍କୁ ବୁଧବାର ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ପୀଡ଼ିତାଙ୍କ ବୟାନ ଅନୁଯାୟୀ ଅଭିଯୁକ୍ତଙ୍କର ଫଟୋ ଚିହ୍ନଟ ହେବା ପରେ ପୋଲିସ ସେମାନଙ୍କୁ ଗିରଫ କରିଛି। ଏହି ଘଟଣାରେ ୮ଜଣ ସମ୍ପୃକ୍ତ ଥିବା ପୋଲିସ ତଦନ୍ତରୁ ଜାଣିପାରିଛି। ଗୁରୁବାର ଏହି ଘଟଣାର ତଦନ୍ତ କରିବାପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଡା. ଗୀତାଞ୍ଜଳି ବସ୍ତିଆ, ଡା. ଦିବ୍ୟା ସରସ୍ବତୀ ଯୋଡ଼ାରେ ପହଞ୍ଚିଛନ୍ତି। ସେମାନେ ପୀଡ଼ିତାଙ୍କୁ ଭେଟି ତାଙ୍କ ସ୍ବାସ୍ଥ୍ୟବସ୍ଥା କଥା ଡାକ୍ତରଙ୍କଠାରୁ ପଚାରି ବୁଝିଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…
Archives

