ନାବାଳିକା ଗଣବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ୍‌

ବାରିପଦା ଅଫିସ,୩୦।୧୧- ମୟୂରଭଞ୍ଜ ଜିଲା ସହକାରୀ ଦୌରାଜଜ୍‌ (ସ୍ପେସାଲ ଟ୍ରାକ) ଶାନ୍ତନୁ କୁମାର ଦାଶ ଶୁକ୍ରବାର ଏକ ଗଣବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲଦଣ୍ଡାଦେଶ ଦେବା ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ମକଦ୍ଦମା ବିବରଣୀ ଅନୁଯାୟୀ ମୟୂରଭଞ୍ଜ ଜିଲା ମୋରଡା ଥାନା ଅଧୀନ ଏକ ଗ୍ରାମର ଜଣେ ନାବାଳିକା ତାଙ୍କ ପରିବାର ସହିତ ଗତ ୨୦୦୫ ମସିହା ଅକ୍ଟୋବର ୧୧ ତାରିଖ ରାତି ୧୦ ଟା ବେଳେ ଦୁର୍ଗାପୂଜା ମେଳା ବୁଲିବାକୁ ଯାଇଥିଲେ। ସେତେବେଳେ ସୁଯୋଗ ପାଇଁ ସେହି ଅଞ୍ଚଳର କାର୍ତ୍ତିକ ପାତ୍ର ଓ ଗଗନ ସିଂ ସମ୍ପଅକ୍ତ ନାବାଳିକାଙ୍କୁ ଟେକି ନେଇ ଗଣବଳାତ୍କାର କରିଥିଲେ। ଏନେଇ ମୋରଡା ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା (ନଂ.୬୮/୨୦୦୫) ରୁଜୁ କରି ତଦନ୍ତ କରିଥିଲା। ପରେ ପୋଲିସ ଗଗନ ସିଂଙ୍କୁ ଗିରଫ କରିଥିବା ବେଳେ କାତ୍ତିକ ପାତ୍ର ଫେରାର ଯାଇଥିଲେ। ପ୍ରଥମେ ଧରାପଡିଥିବା ଗଗନ ସିଂଙ୍କୁ କୋର୍ଟ ୨୦୦୭ ମସିହାରେ ୧୦ ବର୍ଷ ଜେଲ ଦଣ୍ଡ ସହିତ ୫ ହଜାରଟଙ୍କା ଜରିମାନା ଦଣ୍ଡଶଦେଶ ଦେଇଥିଲେ। ପରେ ଅର୍ଥାତ ଗତ ୨୮ ଜୁଲାଇ ୨୦୧୭ ମସିହାରେ ପୋଲିସ ଅନ୍ୟ ଅଭିଯୁକ୍ତ କାତ୍ତିକ ପାତ୍ରଙ୍କୁ ଗିରଫ କରିଥିଲା। କୋର୍ଟ ପକ୍ଷରୁ ଶୁକ୍ରବାର ମାମଳାର ବିଚାର କରାଯାଇ ତାଙ୍କୁ ଉପରୋକ୍ତ ଦଣ୍ଡ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ମୋରଡ଼ାରେ ଭାରତ ବନ୍ଦର ପ୍ରଭାବ

ମୋରଡ଼ା,୧୨ା୨(ସ୍ମାରକ ମାଜୀ): ଗୁରୁବାର ସିପିଆଇ(ଏମ୍‌)ର ଶ୍ରମିକ, କୃଷକ ଓ କ୍ଷେତ ମଜଦୁର ସଂଘ ତରଫରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି ଦିଆଯାଇଛି। ଫଳରେ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri