ନାବାଳିକା ଗଣବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ୍‌

ବାରିପଦା ଅଫିସ,୩୦।୧୧- ମୟୂରଭଞ୍ଜ ଜିଲା ସହକାରୀ ଦୌରାଜଜ୍‌ (ସ୍ପେସାଲ ଟ୍ରାକ) ଶାନ୍ତନୁ କୁମାର ଦାଶ ଶୁକ୍ରବାର ଏକ ଗଣବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲଦଣ୍ଡାଦେଶ ଦେବା ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ମକଦ୍ଦମା ବିବରଣୀ ଅନୁଯାୟୀ ମୟୂରଭଞ୍ଜ ଜିଲା ମୋରଡା ଥାନା ଅଧୀନ ଏକ ଗ୍ରାମର ଜଣେ ନାବାଳିକା ତାଙ୍କ ପରିବାର ସହିତ ଗତ ୨୦୦୫ ମସିହା ଅକ୍ଟୋବର ୧୧ ତାରିଖ ରାତି ୧୦ ଟା ବେଳେ ଦୁର୍ଗାପୂଜା ମେଳା ବୁଲିବାକୁ ଯାଇଥିଲେ। ସେତେବେଳେ ସୁଯୋଗ ପାଇଁ ସେହି ଅଞ୍ଚଳର କାର୍ତ୍ତିକ ପାତ୍ର ଓ ଗଗନ ସିଂ ସମ୍ପଅକ୍ତ ନାବାଳିକାଙ୍କୁ ଟେକି ନେଇ ଗଣବଳାତ୍କାର କରିଥିଲେ। ଏନେଇ ମୋରଡା ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା (ନଂ.୬୮/୨୦୦୫) ରୁଜୁ କରି ତଦନ୍ତ କରିଥିଲା। ପରେ ପୋଲିସ ଗଗନ ସିଂଙ୍କୁ ଗିରଫ କରିଥିବା ବେଳେ କାତ୍ତିକ ପାତ୍ର ଫେରାର ଯାଇଥିଲେ। ପ୍ରଥମେ ଧରାପଡିଥିବା ଗଗନ ସିଂଙ୍କୁ କୋର୍ଟ ୨୦୦୭ ମସିହାରେ ୧୦ ବର୍ଷ ଜେଲ ଦଣ୍ଡ ସହିତ ୫ ହଜାରଟଙ୍କା ଜରିମାନା ଦଣ୍ଡଶଦେଶ ଦେଇଥିଲେ। ପରେ ଅର୍ଥାତ ଗତ ୨୮ ଜୁଲାଇ ୨୦୧୭ ମସିହାରେ ପୋଲିସ ଅନ୍ୟ ଅଭିଯୁକ୍ତ କାତ୍ତିକ ପାତ୍ରଙ୍କୁ ଗିରଫ କରିଥିଲା। କୋର୍ଟ ପକ୍ଷରୁ ଶୁକ୍ରବାର ମାମଳାର ବିଚାର କରାଯାଇ ତାଙ୍କୁ ଉପରୋକ୍ତ ଦଣ୍ଡ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri