ନାବାଳିକା ଗର୍ଭବତୀ, ଅଭିଯୁକ୍ତଙ୍କୁ ଜେଲ ଦଣ୍ଡ

ନିରାକାରପୁର,୨୨ା୯(ଡି.ଏନ.ଏ.): ବିବାହ ପାଇଁ ଦୁଇ ପରିବାର ମଧ୍ୟରେ ଆଲୋଚନା ହେଲା। ଝିଅ ନାବାଳିକା ଥିବାରୁ ସାବାଳିକା ହେବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ଦୁଇ ପରିବାର ସହମତି ପ୍ରକାଶ କରିଥିଲେ। ଏପରିସ୍ଥଳେ ଝିଅପୁଅଙ୍କ ଅବାଧ ମିଳାମିଶା ଯୋଗୁ ନାବାଳିକା ଏବେ ଗର୍ଭବତୀ। ଏ ନେଇ ନାବାଳିକାଙ୍କ ଅଭିଯୋଗକ୍ରମେ ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଞ୍ଚଳରେ ଏଭଳି ଘଟଣା ଆଲୋଡନ ସୃଷ୍ଟି କରିଛି। ଗିରଫ ଅଭିଯୁକ୍ତ ହେଲେ ଏହି ଥାନା ଭଗବତୀପଡାର ପ୍ରଶାନ୍ତ କାଣ୍ଡି (୨୧)।

ପୀଡିତାଙ୍କ ମା’ ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ପ୍ରାୟ ୬ମାସ ପୂର୍ବେ ପ୍ରଶାନ୍ତ ଓ ତାଙ୍କ ଝିଅଙ୍କ ମଧ୍ୟରେ ବିବାହ ପାଇଁ ସ୍ଥିର ହୋଇଥିଲା। ହେଲେ ଝିଅର ୧୫ବର୍ଷ ହୋଇଥିବାରୁ ସେ ସାବାଳିକା ହେବା ପର୍ଯ୍ୟନ୍ତ ଉଭୟ ପରିବାର ଅପେକ୍ଷା କରିବା ପାଇଁ କଥାବାର୍ତ୍ତା ହୋଇଥିଲେ। କିନ୍ତୁ ଏପରି ସମୟରେ ପ୍ରଶାନ୍ତ ତାଙ୍କ ଝିଅ ସହ ମିଳାମିଶା କରିଥିଲେ। ଫଳରେ ନାବାଳିକା ଚାରି ମାସର ଗର୍ଭବତୀ ହୋଇଥିଲେ। ଏହା ଜାଣିବା ପରେ ନାବାଳିକାଙ୍କ ମା’ ପ୍ରଶାନ୍ତଙ୍କ ପରିବାରକୁ ଜଣାଇଥିଲେ। ହେଲେ ସେମାନେ ଏହାକୁ ଗୁରୁତ୍ୱ ନ ଦେବାରୁ ସେ ପ୍ରଶାନ୍ତଙ୍କ ସମେତ ତାଙ୍କ ବାପା ଓ ଭାଇଙ୍କ ନାମରେ ଶୁକ୍ରବାର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଆଇପିସି ଦଫା ୩୩୬,(୩),(୨),(ଏନ୍‌),୨୯୪/୫୦୬, ୩୪ରେ ମାମଲା (ନଂ.୯୦/୧୯) ରୁଜୁ କରି ପ୍ରଶାନ୍ତଙ୍କୁ ଗିରଫ କରିଥିଲା। ଟାଙ୍ଗୀ କୋର୍ଟରେ ପ୍ରଶାନ୍ତଙ୍କ ଜାମିନ ନାମଞ୍ଜୁର ହେବାରୁ ଖୋର୍ଦ୍ଧା ଜେଲକୁ ପଠାଇ ଦିଆଯାଇଛି। ଅନ୍ୟପକ୍ଷେ ନାବାଳିକାଙ୍କୁ ଡାକ୍ତରୀ ମାଇନା ପାଇଁ ଖୋର୍ଦ୍ଧା ସରକାରୀ ମେଡିକାଲକୁ ପଠାଯାଇଥିବା କହିଛନ୍ତି ଥାନା ଏଏସ୍‌ଆଇ ଶରତ କୁମାର ପାଇକରାୟ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri