ନାବାଳିକା ଗର୍ଭବତୀ ଘଟଣା: ଅଭିଯୁକ୍ତ କୋର୍ଟ ଚାଲାଣ

ତୁମୁଡିବନ୍ଧ,୨୦ା୭(ଡି.ଏନ୍‌.ଏ.) -କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବେଲଘର ରାଙ୍ଗାପାରୁ ଏଜୁକେଶନ କମ୍ପ୍ଲେକ୍ସରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ରୁତୁଙ୍ଗିଆ ପଞ୍ଚାୟତ ବଣ୍ଡଗୁଡା ଗ୍ରାମର ଅମୁଲ୍ୟ ପ୍ରଧାନୀ (୨୦)। ଶୁକ୍ରବାର ଏକ ମେଡିକାଲ ଟିମ୍‌ ଏଜୁକେଶନ କମ୍ପ୍ଲେକ୍ସରେ ପହଞ୍ଚତ୍ଥିବା ଜଣାପଡିଛି। ଖବରସଂଗ୍ରହ ପାଇଁ ଯାଇଥିବାବେଳେ ଖବରଦାତାମାନଙ୍କୁ କର୍ତ୍ତୃପକ୍ଷ ଛାଡି ନ ଥିଲେ। ଭିତରୁ ତାଲା ପକାଇଦେବା ସହ ଉପରିସ୍ଥ ଅଧିକାରୀ ଗଣମାଧ୍ୟମ ପ୍ରତିନିଧିଙ୍କୁ ନ ଛାଡିବା ପାଇଁ ନିର୍ଦ୍ଦେଶ ଦେଇଥିବା ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସତ୍ୟବାନ ସିଂ କହିଥିଲେ। ଗ୍ରୀଷ୍ମ ଛୁଟିପରେ ପ୍ରାୟ ମାସେହେଲା ବର୍ଭବତୀ ନାବାଳିକା ସେବାଶ୍ରମରେ ରହିଥିଲେ ମଧ୍ୟ ଦାୟିତ୍ୱରେ ଥିବା ମ୍ୟାଟ୍ରନ କିପରି ଜାଣିପାରିଲେ ନାହିଁ ତାହା ସନ୍ଦେହ ସୃଷ୍ଟି କରିଛି। ଜିଲାରେ ବାରମ୍ବାର ଏପରି ଘଟଣା ଘଟୁଥିବାବେଳେ କେବଳ ତଳିଆ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଫଳରେ ଏହି ଘଟଣା ଉପରେ ରୋକ୍‌ ଲାଗିପାରୁନାହିଁ। ଏଥିସହ ଛାତ୍ରୀନିବାସ ପାଇଁ ଥିବା ଗାଇଡ୍‌ଲାଇନ ଫଲୋ କରାଯାଉନଥିବା ଜଣାପଡିଛି।
ପ୍ରକାଶ ଯେ, ଗତ ୧୬ ତାରିଖରେ ସମ୍ପୃକ୍ତ ଛାତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ କର୍ତ୍ତୃପକ୍ଷ ତାଙ୍କ ପରିବାରକୁ ଡାକି ଫୁଲବାଣୀ ଜିଲା ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଛାତ୍ରୀଜଣକ ୪ମାସର ଗର୍ଭବତୀ ଥିବା ଡାକ୍ତରୀମାଇନାରୁ ଜଣାପଡିଥିଲା। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସିଂ ୧୭ ତାରିଖରେ ବେଲଘର ଥାନାରେ ଏନେଇ ଏତଲା ଦେଇଥିଲେ। ଛାତ୍ରୀଙ୍କୁ ପଚରାଉଚରାପରେ ଅମୁଲ୍ୟଙ୍କୁ ଗିରଫକରି ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଭାରପ୍ରପ୍ତ ଅଧିକାରୀ ଶ୍ରୀକାନ୍ତ ଖମାରି ସୂଚନା ଦେଇଛନ୍ତି। କେକେଡିଏର ସ୍ବତନ୍ତ୍ର ଅଧିକାରୀ ଦାୟୀତ୍ୱରେଥିବା ତୁମୁଡିବନ୍ଧ ଗୋଷ୍ଠି ଉନ୍ନୟନ ଅଧିକାରୀ ଜୟଦେବ ଦାଶଙ୍କୁ ପଚାରିବାରୁ ମ୍ୟାଟ୍ରନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କାରାଯାଇଛି। ସମ୍ପୃକ୍ତ ଛାତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା ଠିକ୍‌ ଅଛି, ତାଙ୍କୁ ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ତତ୍ତ୍ୱାବଧାନରେ ରଖାଯାଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri