ନାବାଳିକା ଗାଧୋଇବା ବେଳେ ଭିଡିଓ ରେକର୍ଡିଂ କରି ଯୁବକ ଗିରଫ

ବାରିପଦା ଅଫିସ,୧୪।୮: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଗାଧୁଆ ସମୟର ଦୃଶ୍ୟ ମୋବାଇଲରେ ରେକର୍ଡିଂ କରି ଜଣେ ଯୁବକ ଗିରଫ ହୋଇଛନ୍ତି। ପୋଲିସ ତାଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ବାଙ୍ଗିରିପୋଷି ଥାନା କୁମ୍ଭାର ମୁଣ୍ଡାକଟା ଗ୍ରାମର ସୋନୁ ପାତ୍ର (୨୦)। ଟାଉନ ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସଦର ଏସ୍‌ଡିପିଓ କେ.ପି ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି।
ପୋଲିସ କହିବା ଅନୁଯାୟୀ, ବାରିପଦା ସହରର ଜଣେ ବ୍ୟକ୍ତିଙ୍କ ଘରେ ସୋନୁ ଭଡ଼ାରେ ରହି ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ସୋମବାର ରାତି ପ୍ରାୟ ୮ଟା ବେଳେ ଉକ୍ତ ଓ୍ବାର୍ଡର ଜଣେ ନାବାଳିକା ତାଙ୍କ ଗାଧୁଆ ଘରେ ଗାଧୋଉଥିଲେ। ଏହି ସମୟରେ ସୋନୁ ଗାଧୁଆ ଘରର ଆଜବେଷ୍ଟ ଛାତକୁ ଚଢି ସେଠାରେ ଥିବା କଣାରେ ନାବାଳିକା ଗାଧୋଇବା ସମୟର ଦୃଶ୍ୟ ନିଜ ମୋବାଇଲରେ ରେକର୍ଡିଂ କରୁଥିଲେ। ନାବାଳିକା ଏହା ଜାଣିପାରି ପାଟି କରିଥିଲେ। ପରିବାର ଓ ପଡ଼ୋଶୀ ଲୋକେ ଧାଇଁ ଆସି ସୋନୁଙ୍କୁ କାବୁକରି ବାରିପଦା ଟାଉନ ପୋଲିସ ଜିମା ଦେଇଥିଲେ। ତଦନ୍ତ ବେଳେ ସୋନୁଙ୍କ ମୋବାଇଲରେ ଏକାଧିକ ମହିଳା ଓ ଯୁବତୀମାନଙ୍କ ଗାଧୋଇବା ତଥା ଆପତ୍ତିଜନକ ଦୃଶ୍ୟ ରେକର୍ଡିଂ ହୋଇଥିବା ଜଣାପଡ଼ିବାରୁ ପୋଲିସ ଏହାକୁ ଜବତ କରିଛି। ଉକ୍ତ ମୋବାଇଲକୁ ପରୀକ୍ଷା ପାଇଁ ଲ୍ୟାବକୁ ପଠାଯିବ ବୋଲି ଏସଡିପିଓ ପଟ୍ଟନାୟକ କହିଛନ୍ତି। ନାବାଳିକାଙ୍କ ବାପାଙ୍କ ଅଭିଯୋଗ ମୁତାବକ ପୋଲିସ ଏକ ମାମଲା (ନଂ.୧୭୫/୧୯) ରୁଜୁ କରିଛି। ପୋଲିସ ପକ୍ଷରୁ ଆୟୋଜିତ ଏହି ଖବରଦାତା ସମ୍ମିଳନୀରେ ବାରିପଦା ଟାଉନ ଥାନା ଅଧିକାରୀ ଅଶୋକ କୁମାର ନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri