ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର, ଗୁରୁତର ଅବସ୍ଥାରେ ଚିକିତ୍ସିତ: ୨ ଅଟକ

ବ୍ରହ୍ମପୁର ଅଫିସ,୧୩ା୧-ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ୮ ମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ହାତଗୋଡ ବାନ୍ଧି ଗଣ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣଙ୍କ ଚିକିତ୍ସିତ ହେଉଥିବା ଖବର ପାଇବା ପରେ ପୋଲିସ ସେଠାରେ ପହଞ୍ଚିଥିଲା। ପୀଡିତାଙ୍କ ସ୍ବାସ୍ଥ୍ୟବସ୍ଥା ଠିକ ଥିବା ମହିଳା ଥାନାଧିକାରୀ ଅଞ୍ଜଳି ବିଶ୍ୱାଳ ସୂଚନା ଦେଇଛନ୍ତି। ଅନ୍ୟପଟେ ତାଙ୍କ ବୟାନକୁ ଆଧାର କରି ପୋଲିସ ୨ ଜଣ ଯୁବକଙ୍କୁ ଅଟକ ରଖିଥିବା ଜଣାପଡିଛି। ଏ ନେଇ ମାରାଇନ ଥାନାରେ ୧/୨୦ରେ ମାମଲା ରୁଜୁ କରାଯାଇଥିବା ସଦର ଏସ୍‌ଡିପିଓ ଜୟନ୍ତ ମହାପାତ୍ର ସୂୂଚନା ଦେଇଛନ୍ତି ା
ଘଟଣାରୁ ପ୍ରକାଶ, ପୀଡ଼ିତା ଜଣଙ୍କ ତାଙ୍କ ମାମୁ ଘରେ ରହି ପାଠ ପଢୁଥିଲେ। ଗତ ଶୁକ୍ରବାର ସନ୍ଧ୍ୟାରେ ସେ ଶୌଚ ହେବା ପାଇଁ ଯାଇଥିବା ବେଳେ ତାଙ୍କୁ ଏକତରଫା ଭଲ ପାଉଥିବା ଜଣେ ଯୁକ୍ତ ୩ ଛାତ୍ର ପାଖରେ ଥିବା ଏକ ବୁଦାମୂଳକୁ ଡାକି ନେଇଯାଇଥିଲେ। ସେଠାରେ ଅନ୍ୟ ୨ଜଣ ସାଙ୍ଗଙ୍କ ସହ ମିଶି ତାଙ୍କ ହାତଗୋଡ ବାନ୍ଧି ତାଙ୍କୁ କିଛି ଥଣ୍ଡା ପାନୀୟ ପିଇବାକୁ ଦେଇଥିଲେ। ପରେ ସେମାନେ ବଳାତ୍କାର କରିଥିଲେ ବୋଲି ପୀଡିତା ଜଣକ ପରିବାର ଲୋକଙ୍କୁ ଜଣାଇଥିଲେ। ଶନିବାର ସେ କୌଶଳକ୍ରମେ ସେଠାରୁ ଖସି ଆସି ଗୁରୁତର ଅବସ୍ଥାରେ ଘରକୁ ଫେରିଥିଲେ। ତାଙ୍କୁ ବ୍ରହ୍ମପୁରର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ପୀଡ଼ିତାଙ୍କ ମାମୁ କହିଛନ୍ତି। ଅନ୍ୟପଟେ ପୀଡ଼ିତାଙ୍କ ବୟାନକୁ ଆଧାର କରି ଅଭିଯୁକ୍ତଙ୍କୁ ପୋଲିସ ଧରିପାରିବ ବୋଲି ଆଶା କରୁଛି। ଥାନାରେ ଅଟକ ଯୁବକଙ୍କୁ ପୋଲିସ ଘଟଣା ସମ୍ପର୍କରେ ପଚରାଉଚରା କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri