ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର, ଗୁରୁତର ଅବସ୍ଥାରେ ଚିକିତ୍ସିତ: ୨ ଅଟକ

ବ୍ରହ୍ମପୁର ଅଫିସ,୧୩ା୧-ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ୮ ମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ହାତଗୋଡ ବାନ୍ଧି ଗଣ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣଙ୍କ ଚିକିତ୍ସିତ ହେଉଥିବା ଖବର ପାଇବା ପରେ ପୋଲିସ ସେଠାରେ ପହଞ୍ଚିଥିଲା। ପୀଡିତାଙ୍କ ସ୍ବାସ୍ଥ୍ୟବସ୍ଥା ଠିକ ଥିବା ମହିଳା ଥାନାଧିକାରୀ ଅଞ୍ଜଳି ବିଶ୍ୱାଳ ସୂଚନା ଦେଇଛନ୍ତି। ଅନ୍ୟପଟେ ତାଙ୍କ ବୟାନକୁ ଆଧାର କରି ପୋଲିସ ୨ ଜଣ ଯୁବକଙ୍କୁ ଅଟକ ରଖିଥିବା ଜଣାପଡିଛି। ଏ ନେଇ ମାରାଇନ ଥାନାରେ ୧/୨୦ରେ ମାମଲା ରୁଜୁ କରାଯାଇଥିବା ସଦର ଏସ୍‌ଡିପିଓ ଜୟନ୍ତ ମହାପାତ୍ର ସୂୂଚନା ଦେଇଛନ୍ତି ା
ଘଟଣାରୁ ପ୍ରକାଶ, ପୀଡ଼ିତା ଜଣଙ୍କ ତାଙ୍କ ମାମୁ ଘରେ ରହି ପାଠ ପଢୁଥିଲେ। ଗତ ଶୁକ୍ରବାର ସନ୍ଧ୍ୟାରେ ସେ ଶୌଚ ହେବା ପାଇଁ ଯାଇଥିବା ବେଳେ ତାଙ୍କୁ ଏକତରଫା ଭଲ ପାଉଥିବା ଜଣେ ଯୁକ୍ତ ୩ ଛାତ୍ର ପାଖରେ ଥିବା ଏକ ବୁଦାମୂଳକୁ ଡାକି ନେଇଯାଇଥିଲେ। ସେଠାରେ ଅନ୍ୟ ୨ଜଣ ସାଙ୍ଗଙ୍କ ସହ ମିଶି ତାଙ୍କ ହାତଗୋଡ ବାନ୍ଧି ତାଙ୍କୁ କିଛି ଥଣ୍ଡା ପାନୀୟ ପିଇବାକୁ ଦେଇଥିଲେ। ପରେ ସେମାନେ ବଳାତ୍କାର କରିଥିଲେ ବୋଲି ପୀଡିତା ଜଣକ ପରିବାର ଲୋକଙ୍କୁ ଜଣାଇଥିଲେ। ଶନିବାର ସେ କୌଶଳକ୍ରମେ ସେଠାରୁ ଖସି ଆସି ଗୁରୁତର ଅବସ୍ଥାରେ ଘରକୁ ଫେରିଥିଲେ। ତାଙ୍କୁ ବ୍ରହ୍ମପୁରର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ପୀଡ଼ିତାଙ୍କ ମାମୁ କହିଛନ୍ତି। ଅନ୍ୟପଟେ ପୀଡ଼ିତାଙ୍କ ବୟାନକୁ ଆଧାର କରି ଅଭିଯୁକ୍ତଙ୍କୁ ପୋଲିସ ଧରିପାରିବ ବୋଲି ଆଶା କରୁଛି। ଥାନାରେ ଅଟକ ଯୁବକଙ୍କୁ ପୋଲିସ ଘଟଣା ସମ୍ପର୍କରେ ପଚରାଉଚରା କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri