ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ ଗିରଫ

ଡୁବୁରୀ/କଳିଙ୍ଗନଗର,୨୬।୯(ଡି.ଏନ୍‌.ଏ.): କଳିଙ୍ଗନଗର ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ମଙ୍ଗଳବାର ନାବାଳିକାଙ୍କ ଭାଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ. ୧୬୩/୧୯) ରୁଜୁକରି ତଦନ୍ତ ଚଳାଇଥିଲା। ଏହି ମାମଲାରେ ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ଏହି ଥାନା ଅନ୍ତର୍ଗତ ଶଗହଗୁଳା ଗ୍ରାମର ରବୀନ୍ଦ୍ର ମହାନ୍ତ (୨୧)। ଗୁରୁବାର ଉଭୟଙ୍କ ଡାକ୍ତରୀ ମଇନା କରାଯିବ ବୋଲି କଳିଙ୍ଗନଗର ଅଧିକାରୀ ରାଜେନ୍ଦ୍ର ନାରାୟଣ ପଟନାୟକ କହିଛନ୍ତି। ପ୍ରକାଶ ଯେ, ଥାନା ଅଞ୍ଚଳର ଉକ୍ତ ନାବାଳିକା ଛାତ୍ରୀ ଜଣଙ୍କ ଗତ ୨୦ ତାରିଖରେ ସ୍ଥାନୀୟ ଅଞ୍ଚଳରେ ଥିବା ଖେଳ ପଡିଆକୁ ଫୁଟବଲ ମ୍ୟାଚ୍‌ ଦେଖିବାକୁ ଯାଇଥିଲେ। ସେଠାରୁ ଫେରିବା ସମୟରେ ରବୀନ୍ଦ୍ର ତାଙ୍କୁ ଅପହରଣ କରି ନେଇ ନିକଟସ୍ଥ ଜଙ୍ଗଲରେ ବଳାତ୍କାର କରିଥିଲେ। ପରେ ପୀଡିତା ଛାତ୍ରୀଙ୍କୁ ଜୋରଜବରଦସ୍ତ ମାନପୁର ଅଞ୍ଚଳକୁ ନେଇ ଯାଇଥିଲେ। କିନ୍ତୁ ୨୧ ତାରିଖରେ ପୀଡିତାଙ୍କୁ ଆଣି ଡୁବୁରୀ ଛକରେ ଛାଡିଦେଇ ଚାଲିଯାଇଥିଲେ। ଏହାପରେ ପୀଡିତା ଜଣଙ୍କ ରବୀନ୍ଦ୍ରଙ୍କ ଘରକୁ ଯାଇ ସେଠାରେ ବସିରହିଥିଲେ। ଖବର ପାଇ ପରିବାର ଲୋକେ ଏବଂ ଗ୍ରାମବାସୀ ସେଠାରେ ପହଞ୍ଚତ୍ ପୀଡିତାଙ୍କୁ ଆଣିଥିଲେ। ଘଟଣାକୁ ନେଇ ଉଭୟ ପକ୍ଷରୁ ସମାଧାନ ପାଇଁ ଉଦ୍ୟମ ହୋଇଥିଲା। ହେଲେ ପୀଡିତା ନାବାଳିକା ହୋଇଥିବାରୁ ପରିବାର ଲୋକେ ବିବାହ ପାଇଁ ରାଜି ହୋଇ ନ ଥିଲେ। ଏଥିରେ ବିବାଦ ଦେଖାଦେବାରୁ ମଙ୍ଗଳବାର ରାତିରେ ପୀଡିତାଙ୍କ ଭାଇ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ପାକିସ୍ତାନକୁ ହରାଇ ଫାଇନାଲରେ ପହଞ୍ଚିଲା ଭାରତ

କାକାମିଗାହାରା,୫ା୬: ଭାରତ ୧୮ ବର୍ଷରୁ କମ୍‌ ଏସିଆକପ୍‌ ହକିର ଏକ ହାଇ ଭୋଲ୍‌ଟେଜ୍‌ ସେମିଫାଇନାଲରେ ୫-୩ ଗୋଲ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏଥିରେ ଆଶିଷ ପୂର୍ତ୍ତି ବ୍ୟକ୍ତିଗତ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ନୀରଜଙ୍କୁ ଅତିକ୍ରମ କରି ସୁପର ଷ୍ଟାର ଭାବେ ଉଭା ହେଲେ ଏହି ଖେଳାଳି, ଜାଣନ୍ତୁ…

ରୋମ୍‌,୫ା୬: ଶ୍ରୀଲଙ୍କାର ରୁମେଶ ଥରାଙ୍ଗା ପାଥିରେଜ ଏସିଆର ପରବର୍ତ୍ତୀ ଜାଭେଲିନ ସୁପର ଷ୍ଟାର ଭାବେ ଉଭା ହୋଇଛନ୍ତି। ଏଥିପାଇଁ ନୀରଜ ଚୋପ୍ରା ଓ ଅର୍ଶାଦ ନଦିମଙ୍କୁ ଚଳିତ…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri