ଅନୁଗୋଳ ଅଫିସ, ୧୯।୬- ଅନୁଗୋଳ ଜିଲା ଓ ଦୌରା ଜଜ୍ ତଥା ସ୍ବତନ୍ତ୍ର ପୋକ୍ସ କୋର୍ଟ ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତ ମଣ୍ଟୁ ଓରଫ କିଶୋର କୁମାର ସିଂ(୨୭)ଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୧୦ ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ହେଲେ ଅଧିକ ଏକ ବର୍ଷ ଜେଲ ଭୋଗିବାକୁ ପଡ଼ିବ ବୋଲି ଅତିରିକ୍ତ ଜିଲା ଓ ଦୌରା ଜଜ୍ ସୁରେଶ କୁମାର ପ୍ରଧାନ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି।
ମାମଲାରୁ ପ୍ରକାଶ ଯେ, ତାଳଚେର ବିକ୍ରମପୁର ଥାନା ଅଞ୍ଚଳର ଜନୈକା ନାବାଳିକା ଜଣେ ସମ୍ପର୍କୀୟାଙ୍କ ଘରକୁ ଯାଇଥିଲେ। ସମ୍ପର୍କୀୟାଙ୍କ ଛୋଟ ପିଲା ଥିବାରୁ ସେମାନଙ୍କୁ ଦେଖାଶୁଣା କରିବାକୁ କହି ସେ ନାବାଳିକାଙ୍କୁ ସାଙ୍ଗରେ ନେଇଥିଲେ। ହେଲେ ସମ୍ପର୍କୀୟା ବାହାରକୁ କାମ କରିବାକୁ ପଳାଇଯାଇଥିବାର ସୁଯୋଗ ନେଇ ତାଙ୍କ ଭାଇ ମଣ୍ଟୁ ଓରଫ କିଶୋର କୁମାର ସିଂ ନାବାଳିକାଙ୍କୁ ବଳାତ୍କାର କରିଥିଲେ। ନାବାଳିକା ଜଣଙ୍କ ଏହା ପ୍ରଘଟ କରିଦେବେ ବୋଲି କହିବାରୁ ଅଭିଯୁକ୍ତ ମଣ୍ଟୁ ତାଙ୍କୁ ବିବାହ ପ୍ରତିଶ୍ରୁତି ଦେଇଥିଲେ। ଏହାପରଠାରୁ ଅଭିଯୁକ୍ତ ତାଙ୍କ ସହିତ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ। ତେବେ ମଣ୍ଟୁଙ୍କ ବିବାହ ଅନ୍ୟତ୍ର ସ୍ଥିର ହୋଇଥିବା ଜାଣି ନାବାଳିକା ଏ ନେଇ ଅଭିଯୁକ୍ତଙ୍କୁ ପଚାରିଥିଲେ। ମଣ୍ଟୁ ତାଙ୍କୁ ବିବାହ କରିବାକୁ ମନା କରିଦେଇଥିଲେ। ଏହାପରେ ସମ୍ପୃକ୍ତା ସମ୍ପର୍କୀୟା ଓ ଅଭିଯୁକ୍ତ ମାଡ଼ ମାରିଥିବା ନେଇ ନାବାଳିକା ୨୦୧୭ ଜାନୁୟାରୀ ୨୮ରେ ବିକ୍ରମପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୁକ୍ତ ମଣ୍ଟୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ୯ ଜଣଙ୍କ ସାକ୍ଷ୍ୟପ୍ରମାଣଙ୍କୁ ଭିତ୍ତିକରି ଅତିରିକ୍ତ ଜିଲା ଓ ଦୌରାଜଜ୍ ଅଭିଯୁକ୍ତ ମଣ୍ଟୁକୁ ଦୋଷୀ ସାବ୍ୟସ୍ତ କରିଥିଲେ। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରୋସିକ୍ୟୁଟର ସରୋଜ ପଟ୍ଟନାୟକ ମାମଲା ପରିଚାଳନା କରିଥିଲେ।
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...
ସକାଳୁ ସକାଳୁ ବାଜିଲା ଗୁଳି….
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...
ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...
ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…
ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...
ଆଉଘରକୁ ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍ ସହ ହେଲା…
ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...
Archives


