ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୧୭ା୯-ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି ା ରେଡ ଫ୍ଲାଗ ତାଲିକାଭୁକ୍ତ ଏହି ମାମଲାର ବିଚାର କରି ଫୁଲବାଣୀ ଅତିରିକ୍ତ ଦୌରାଜଜ୍‌ ତଥା ପୋକ୍‌ସୋ କୋର୍ଟ ବିଚାରପତି ସମର ବିଳାସ ବେହେରା ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୧୫ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବା ପାଇଁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ରାଇକିଆ ଥାନା ଅଞ୍ଚଳର ମନେନ୍ଦ୍ର ଦିଗାଲ ା
୨୦୧୬ ନଭେମ୍ବର ୧୬ ତାରିଖରେ ରାଇକିଆ ଥାନା ଅଞ୍ଚଳର ନାବାଳିକା (୭) ଜଣକ ସ୍କୁଲରୁ ଫେରି ପାଖ ଘରକୁ ଟିଭି ଦେଖିବାକୁ ଯାଇଥିଲେ ା ସନ୍ଧ୍ୟା ସୁଦ୍ଧା ଝିଅ ନ ଫେରିବାରୁ ମା’ ସେଠାକୁ ଯାଇଥିଲେ ା ଝିଅକୁ ନ ପାଇ ସେଠାରୁ ନଦୀ ଆଡ଼େ ଖୋଜିବାକୁ ଯାଇଥିଲେ। ବାଟରେ ମନେନ୍ଦ୍ରକୁ ଦେଖି ଝିଅ ସମ୍ପର୍କରେ ପଚାରିବାରୁ ଆମେ କାଠ ଗୋଟାଇବାକୁ ଯାଇଥିଲୁ ବୋଲି ସେ କହିଥିଲେ। ମା’ଙ୍କ ପାଟି ଶୁଣି ନାବାଳିକା ଜଣକ କାନ୍ଦି କାନ୍ଦି ସେଠାରେ ପହଞ୍ଚିଥିଲେ। ମନେନ୍ଦ୍ର ତାଙ୍କୁ ନଦୀ ଆଡ଼େ ଡାକି ନେଇ ବଳାତ୍କାର କରିଥିବା ଓ ଏ ସମ୍ପର୍କରେ କାହାକୁ କହିଲେ ଜୀବନରେ ମାରି ଦେବେ ବୋଲି ଧମକ ଦେଇଥିବା ନାବାଳିକା ଜଣକ ଘରକୁ ଆସିବା ପରେ ମା’ଙ୍କୁ କହିଥିଲେ ା ଘଟଣା ପରଦିନ ଏ ନେଇ ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିଥିଲେ ା ପୋଲିସ ନଂ.୧୧୧/୧୬ରେ ଏକ ମାମଲା ରୁଜୁ କରି ମନେନ୍ଦ୍ରଙ୍କୁ କୋର୍ଟଚାଲାଣ କରିଥିଲା ା ଉପଯୁକ୍ତ ସାକ୍ଷ୍ୟପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ କୁମାର ପ୍ରହରାଜ ମାମଲା ପରିଚାଳନା କରୁଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri