Posted inଭଦ୍ରକ

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍‌

ଭଦ୍ରକ ଅଫିସ, ୫।୧୦ – ଭଦ୍ରକ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ଅଦାଲତର ବିଚାରପତି ପ୍ରଣତି ସାହା ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ମିରମହଲା ଅଞ୍ଚଳର ଶେଖ୍‌ ଇକ୍‌ବାଲଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡ ଶୁଣାଣି କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ।
ପ୍ରକାଶ ଯେ, ଭଦ୍ରକ ପୁରୁଣାବଜାର ଥାନା ଅଧୀନ ମିରମହଲା ଗ୍ରାମର ଶେଖ୍‌ ଇକ୍‌ବାଲ ୨୦୧୬ ଡିସେମ୍ବର ୨୯ରେ ନବମ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିଥିଲେ। ପରେ ନାବାଳିକା ଜଣଙ୍କ ଗର୍ଭବତୀ ହୋଇଥିଲେ। ଡାକ୍ତରୀ ପରୀକ୍ଷାରୁ ପରିବାର ଲୋକ ଏ କଥା ଜାଣିବା ପରେ ବଳାତ୍କାର ନେଇ ପୁରୁଣାବଜାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏ ନେଇ ଥାନାରେ ଏକ ମାମଲା(ନଂ.୨୦୪/୧୬) ରୁଜୁ କରିଥିଲା। ୨୦୧୭ ଜାନୁୟାରୀ ୩ରେ ଇକ୍‌ବାଲ୍‌ଙ୍କୁ ପୋଲିସ ଗିରଫ କରି ତାଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଥିଲା। ୧୭ ଜଣଙ୍କ ବୟାନକୁ ଭିତ୍ତିକରି କୋର୍ଟ ଏହି ରାୟ ଶୁଣାଣି କରିଛନ୍ତି। ପୀଡ଼ିତାଙ୍କ ପକ୍ଷରୁ ସରକାରୀ ଓକିଲ ମନୋରଞ୍ଜନ ଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri