ନାବାଳିକା ବଳାତ୍କାର ଘଟଣା:ପୀଡିତାଙ୍କ ବୟାନ ରେକର୍ଡ

ଅନୁଗୋଳ ଅଫିସ, ୬।୮

ଅନୁଗୋଳ ସହର ବସ୍‌ଷ୍ଟାଣ୍ଡ ନିକଟରେ ବଳାତ୍କାରର ଶିକାର ହୋଇଥିବା ମହାରାଷ୍ଟ୍ରର ଏକ ଶ୍ରମିକ ପରିବାରର ୮ ବର୍ଷିୟା ନାବାଳିକା ସୁସ୍ଥ ହୋଇ ରବିବାର କଟକରୁ ଫେରିଥିଲେ। ସୋମବାର ନାବାଳିକାଙ୍କ ୧୬୪ ବୟାନ ରେକର୍ଡ କରାଯାଇଥିବା ଅନୁଗୋଳ ଥାନା ପକ୍ଷରୁ ସୂଚନା ମିଳିଛି। ଏଥିସହ ଅପରାହ୍ନରେ ଅନୁଗୋଳ ଜେଲରେ ଟିଆଇ ପରେଡ଼ କରାଯାଇଥିଲା। ଅଭିଯୁକ୍ତ ଅମଲାପଡାର ଶିବୁ ପଟ୍ଟନାୟକଙ୍କୁ ଥାନାରେ ଦେଖି ନାବାଳିକା ଜଣକ ଡରିଯାଇଥିଲେ। ସାଙ୍ଗରେ ଯାଇଥିବା ସମ୍ପର୍କୀୟଙ୍କୁ ସେ ଜାବୁଡି ଧରିଥିଲେ। ଅଭିଯୁକ୍ତଙ୍କୁ ଚିହ୍ନିବା ପାଇଁ କୁହାଯିବା ପରେ ସେ ଶିବୁ ପଟ୍ଟନାୟକଙ୍କୁ ଚିହ୍ନଟ କରିଥିଲେ ବୋଲି ଜଣାପଡିଛି। ଏହାପରେ ନାବାଳିକାଙ୍କୁ ଅନୁଗୋଳ ପୋଲିସ ଜିଲା ଶିଶୁ ମଙ୍ଗଳ ସମିତକୁ ହସ୍ତାନ୍ତର କରାଇଥିଲା। ପୀଡିତା ଅସୁସ୍ଥ ସହ ସଂକ୍ରମଣ ଆଶଙ୍କା ଥିବାରୁ ଶିଶୁ ମଙ୍ଗଳ ସମିତି ଭାରପ୍ରାପ୍ତ ଅଧ୍ୟକ୍ଷ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ରାତି ୯ଟାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ନାବାଳିକାଙ୍କୁ ୨୪ ଘଣ୍ଟିଆ କଡ଼ା ସୁରକ୍ଷା ବଳୟ ମଧ୍ୟରେ ରଖିବାକୁ ଜିଲା ଶିଶୁ ମଙ୍ଗଳ ସମିତି ଭାରପ୍ରାପ୍ତ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଅନୁଗୋଳ ପୋଲିସକୁ କହିଛନ୍ତି। ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଫେରିବା ପରେ ପୀଡିତା କେଉଁଠାରେ ରହିବେ ତାର ନିଷ୍ପତ୍ତି ବୈଠକ ବସାଯାଇ ନିଆଯିବ ବୋଲି ପଟ୍ଟନାୟକ କହିଛନ୍ତି। ସାଇଣ୍ଟିଫିକ୍‌ ଟିମର ତଦନ୍ତ ରିପୋର୍ଟ ଆସିବା ପରେ ଚାର୍ଜଶିଟ୍‌ ଦାଖଲ କରାଯିବ ବୋଲି ଅନୁଗୋଳ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ...

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ...

ପୁଣି ଝୁଲିଲା ରଜନୀକାନ୍ତଙ୍କ ଭାଗ୍ୟ

ଅନୁଗୋଳ,୧୨।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ଦଳ କାହାକୁ ପ୍ରାର୍ଥୀ କରିବ ତାହା ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା ପରେ ମଧ୍ୟ ସ୍ପଷ୍ଟ ହୋଇନାହିଁ।...

ତୁଟୁନି ବିଜେଡିର ଟିକେଟ ଝମେଲା

ଭୁବନେଶ୍ୱର,(ଅନିଲ ଦାସ)/ ଅନୁଗୋଳ, ୧୦ା୪ (ଅମିତ କୁମାର ସାମଲ):ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିର ଟିକେଟ ଝମେଲା ତୁଟୁନି। ଏହି ଆସନ ପାଇଁ ପ୍ରାର୍ଥୀ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri