ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ ପଡୋଶୀ ଯୁବକ ଗିରଫ

ଚାନ୍ଦବାଲି,୧୬।୬(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନସ୍ଥ ଚଡଦିଆ ଗ୍ରାମ ପଞ୍ଚାୟତର ଚଡଦିଆ ଗାଁର ଜଣେ ୫ ବର୍ଷର ନାବାଳିକା ବଳାତ୍କାର ଅଭିଯୋଗରେ ପଡୋଶୀ ଘରର ଜଣେ ଯୁବକକୁ ବାଂଶଡା ପୋଲିସ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ ବାଚୁ ମହାଳିକ(୩୨) ା ଏ ନେଇ ବାଂଶଡା ଥାନାରେ ୧୦୯/୨୦୨୦ରେ ମାମଲା ରୁଜୁ ହୋଇଛି ା ସୂଚନା ଅନୁସାରେ ଗତ ଶନିବାର ରାତି ପ୍ରାୟ ୭ଟା ବେଳେ ସଂପୃକ୍ତ ଯୁବକ ଜଣଙ୍କ ପଡିଶାର ଘରର ଜଣେ ନାବାଳିକାକୁ ଚକୋଲେଟ୍‌ ଓ ବିସ୍କୁଟ ଖାଇବାକୁ କହି ନିଜ ଘରକୁ ଡାକି ନେଇଥିଲା ା ରାତି ଅନ୍ଧାରରେ ଘର ନିକଟସ୍ଥ ପଞ୍ଚାୟତ ଅଫିସ୍‌ ପରିସରରେ ଯୁବକ ଜଣଙ୍କ ନାବାଳିକାକୁ ବଳାତ୍କାର କରିବାର ଅଭିଯୋଗ ହୋଇଛି। ତେବେ ନାବାଳିକା ଜଣଙ୍କ ପାଟି କରିବାରୁ ସ୍ଥାନୀୟ ଲୋକୋ ସେଠାରେ ପହଞ୍ଚିବା ସହ ଅଭିଯୁକ୍ତଙ୍କୁ ଧରିଥିଲେ। ରବିବାର ନାବାଳିକାଙ୍କ ବାପା ବାଂଶଡା ଥାନାରେ ଲିଖିତ ଅଭିଯୋଗ କରିଥିଲେ ା ପୋଲିସ ଗାଁରେ ପହଞ୍ଚିି ଗ୍ରାମବାସୀଙ୍କ ଦ୍ୱାରା ଅଟକ ଥିବା ଯୁବକକୁ ଗିରଫ କରିଥିଲା ା ଏହି ଘଟଣାକୁ ନେଇ ‌ଉତ୍ତେଜନା ପ୍ରକାଶ ପାଇବାରୁ ଗାଁରେ ପୋଲିସ୍‌ ମୁତୟନ କରାଯାଇଛି ା ନାବାଳିକାଙ୍କୁ ଭଦ୍ରକ ଜିଲା ଚିକିତ୍ସାଳୟରେ ଚିକିତ୍ସା କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri