ନାବାଳିକା ବଳାତ୍କାର, ମହିଳା ନିର୍ଯାତିତାକୁ ନେଇ ସରକାରଙ୍କୁ ଟାର୍ଗେଟ୍‌: ଭାଜପା ମହିଳା ମୋର୍ଚ୍ଚାର ବିକ୍ଷୋଭ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ମହିଳା ବିରୋଧୀ ହୋଇଥିବା ବେଳେ ସେମାନଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଉନାହିଁ। ଶାସକ ଦଳ ନେତାଙ୍କ ଛତ୍ରଛାୟା ତଳେ ରହି ଅପରାଧୀମାନେ ମହିଳାଙ୍କୁ ସହ ନିର୍ଯାତନା ଦେଇ ଚାଲିଛନ୍ତି। ପ୍ରତିଦିନ ନାବାଳିକା ଓ ମହିଳାଙ୍କ ସହ ବଳାତ୍କାର ଓ ନିର୍ଯାତନା ହେବା ଘଟଣା ବିଭିନ୍ନ ଖବରକାଗଜରେ ପ୍ରକାଶ ପାଉଛି। ରାଜ୍ୟରେ ମହିଳାମାନେ ଏବେ ନିଜକୁ ଅସୁରକ୍ଷିତ ମଣୁଥିବା ବେଳେ ଆଇନ କାନୁନ ଏକ ପ୍ରକାର ଫେଲ ମାରିଛି। କଠୋର ଆଇନର ଅଭାବ ଏବଂ ଶାସକ ଦଳ ନେତାଙ୍କ ପୃଷ୍ଠପୋଷକତାରେ ଅପରାଧୀମାନେ ନିର୍ଭୀକ ଭାବେ ଅପରାଧ ଘଟାଇ ଚାଲିଛନ୍ତି। ମୁଖ୍ୟମନ୍ତ୍ରୀ ଖୋଦ୍‌ ଗୃହ ବିଭାଗର ମୁଖ୍ୟ ଥାଇ ବି ପୀଡିତା ନାବାଳିକା ଓ ମହିଳା ତଥା ତାଙ୍କ ପରିବାରଙ୍କୁ ନ୍ୟାୟ ଦେଇ ପାରୁନାହାନ୍ତି। ଦୀର୍ଘ ୨୦ ବର୍ଷ ବିଜେଡି ଶାସନରେ ନାବାଳିକା ଓ ମହିଳା ଅଧିକ ନିର୍ଯାତିତା ହୋଇଛନ୍ତି। ଏହାର ପ୍ରତିବାଦରେ ବୁଧବାର ରାଜ୍ୟ ଭାଜପା ସମ୍ପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାରଙ୍କ ନେତୃତ୍ୱରେ ଶତାଧିକ ମହିଳା ଏକାଠି ହୋଇ ମାଷ୍ଟରକ୍ୟାଣ୍ଟିନଠାରେ ରାଜ୍ୟ ସରକାରଙ୍କ ମହିଳା ବିରୋଧୀ ନୀତି ବିରୋଧରେ ବିକ୍ଷୋଭ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ। ୨୦୧୯ରେ ପ୍ରଥମ ୫ ମାସରେ ୯୩୭ ବଳାତ୍କାର ମାମଲା ରୁଜୁ ହୋଇଛି ବୋଲି ଶାସକ ଦଳ ପକ୍ଷରୁ ବିଧାନସଭା ପ୍ରଶ୍ନର ଉତ୍ତରରେ ରଖାଯାଇଛି। ବିଶେଷକରି ରାଜ୍ୟରେ ନାବାଳିକାଙ୍କ ସହ ବଳାତ୍କାର ବଢିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଏ ସମ୍ପର୍କରେ ଚିନ୍ତା ନ କରି ବିଧାନସଭା ଗୃହରେ ଓଲଟା ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣରେ ରହିଛି କହିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ। ସେହିପରି ଚଳିତବର୍ଷ ପ୍ରଥମ ୩ ମାସରେ ୬୦୨ ଶିଶୁ ନିଖୋଜ ଥିଲେ। ସେମାନଙ୍କ ମଧ୍ୟରୁ ୫୦୨ ଜଣ ହେଉଛନ୍ତି ନାବାଳିକା। ଏବେ ସୁଦ୍ଧା ୪୨୩ ଜଣ ନାବାଳିକାଙ୍କ ସନ୍ଧାନ ମିଳିନାହିଁ। ମା’ଙ୍କୁ ସମ୍ମାନର ନାରା ଦେଉଥିବା ସରକାର ଆଜି ସେମାନଙ୍କୁ ସୁରକ୍ଷା ଦେଇପାରୁନାହିଁ। କ୍ଷମତା ଲୋଭରେ ମୁଖ୍ୟମନ୍ତ୍ରୀ କେବଳ ଗାଦି ମାଡି ବସିଛନ୍ତି ବୋଲି ଡ. ସାମନ୍ତସିଂହାର ଅଭିଯୋଗ କରିଛନ୍ତି। ଏହି ପ୍ରତିବାଦ ସଭାରେ ପୂର୍ବତନ ମନ୍ତ୍ରୀ ସୁରମା ପାଢୀ, କାନନବାଳା ପଟ୍ଟନାୟକ, ନିୟତି ଗିରି, ରଶ୍ମିରେଖା ଦାସ, ସୋନାଲି ସାହୁ, ଇରାନୀ ରାୟ, ମାନସୀ ମଞ୍ଜରୀ ରାୟଙ୍କ ସମେତ ଶତାଧିକ ମହିଳା ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri