ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲଦଣ୍ଡ

ବାଲେଶ୍ୱର ଅଫିସ, ୨୩।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ଅତିରିକ୍ତ ଦୌରାଜଜ୍‌ କମ୍‌ ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲଦଣ୍ଡ ସହ ୨୫ହଜାର ଟଙ୍କା ଜରିମାନା କରିଛନ୍ତି।
ସୋର ଥାନା ଅଞ୍ଚଳର ଜଣେ ୧୬ବର୍ଷୀୟା ନାବାଳିକା ୨୦୧୩ ଜାନୁୟାରୀ ୩୦ତାରିଖରେ ସୋର ବସ୍‌ଷ୍ଟାଣ୍ଡରୁ ନିଖୋଜ ହୋଇଯାଇଥିଲେ। ବାଲେଶ୍ୱର ସଦର ଥାନା ବସନ୍ତପୁର ଗ୍ରାମର ତପନ ଓଝା ସୋର ବସ୍‌ଷ୍ଟାଣ୍ଡରୁ ତାଙ୍କୁ ଅପହରଣ କରି ପୁରୀ ନେଇଯାଇଥିଲେ। ସେଠାରେ ତାଙ୍କୁ ବଳପୂର୍ବକ ବଳାତ୍କାର କରି କିଛିଦିନ ପରେ ଭଦ୍ରକ ବସ୍‌ଷ୍ଟାଣ୍ଡରେ ଆଣି ଛାଡ଼ିଦେଇ ପଳାଇଥିଲେ। ନାବାଳିକା ଜଣକ ଫେରିବା ପରେ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ଏନେଇ ପରିବାର ପକ୍ଷରୁ ସୋର ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ସୋର ଥାନାରେ ମାମଲା (ନଂ. ୭୧/୨୦୧୩) ରୁଜୁ ହୋଇ କୋର୍ଟରେ ମାମଲା ବିଚାରାଧୀନ ଥିଲା। ଜଜ୍‌ ମହାପାତ୍ର ୯ ସାକ୍ଷ୍ୟ ଓ ୧୯ ଦସ୍ତାବିଜକୁ ଆଧାର କରି ଏହି ରାୟ ଶୁଣାଇଛନ୍ତି। ସରକାରଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ପ୍ରଣବ ପଣ୍ଡା ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri