ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୩।୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ଜିଲା ଅତିରିକ୍ତ ଦୌରାଜଜ୍‌ କମ୍‌ ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏହା ସହ ୨୮ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଆଉ ୧୩ମାସ ଜେଲଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି।
ଗତ ୨୦୧୭ ଏପ୍ରିଲ ୨୫ତାରିଖରେ ବାଲେଶ୍ୱର ଜିଲା ସଦର ଥାନା ଅଧୀନ ବାଲିଧାରି ଗ୍ରାମର ରାଧାମୋହନ ସିଂ ଓରଫ୍‌ ଡାକ୍ତର (୨୦) ଜଣେ ନାବାଳିକାଙ୍କୁ କାମ ଯୋଗାଇ ଦେବାକୁ କହି କୁରୁଡ଼ାସ୍ଥିତ ଜଣେ ଠିକାଦାରଙ୍କ ପାଖକୁ ଯିବାକୁ କହିଥିଲେ। ଘରୁ ଯିବା ପରେ ସେ ତାଙ୍କୁ କୁରୁଡ଼ାକୁ ନ ନେଇ ୬୦ନଂ. ଜାତୀୟ ରାଜପଥର ପଦାବଡ଼ଗାଁ ଏକ ଢ଼ାବା ନିକଟରେ ଛିଡ଼ା କରି ୧୦୦ଟଙ୍କା ଯାଚିଥିଲେ। ନାବାଳିକା ଜଣକ କାରଣ ପଚାରିବାରୁ ତାଙ୍କୁ ନିକଟରେ ଥିବା ଏକ ପୋଲ ତଳକୁ ନେଇ ଜବରଦସ୍ତ ବଳାତ୍କାର କରିଥିଲେ। ଘଟଣା କାହାରିକୁ କହିଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ପରେ ସେ ଏକ ଅଟୋ ଯୋଗେ କୁରୁଡ଼ା ନେଇଯାଇଥିଲେ। ଅଧିକ ଯନ୍ତ୍ରଣା ହେବାରୁ ନାବାଳିକା ଜଣକ ଫୋନ୍‌ ଯୋଗେ ତାଙ୍କ ମା’ଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ପରଦିନ କୁରୁଡ଼ାରେ ଥିବା ଠିକାଦାରଙ୍କ କ୍ୟାମ୍ପରୁ ନାବାଳିକାକୁ ପରିବାର ଲୋକେ ନେଇଯିବା ସହ ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ସଦର ଥାନାରେ ମାମଲା (ନଂ. ୧୨୪/୧୭) ରୁଜୁ କରାଯାଇ ପୋକ୍ସୋ ଅଦାଲତରେ ବିଚାର କରାଯାଇଥିଲା। ଅତିରିକ୍ତ ଦୌରାଜଜ୍‌ କମ୍‌ ପୋକ୍ସୋ ଅଦାଲତର ବିଚାରପତି ୧୩ଜଣ ସାକ୍ଷୀ ଓ ୧୯ ଦସ୍ତାବିଜ୍‌ ମୂଳେ ଉକ୍ତ ମାମଲାକୁ ବିଚାର କରି ଏହି ରାୟ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସରକାରୀ ଆଇନଜୀବୀ ପ୍ରଣବ କୁମାର ପଣ୍ଡା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ ଏନଇଇଟିରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri