ଖୋର୍ଦ୍ଧା ଅଫିସ,୧୮ା୭: ଖୋର୍ଦ୍ଧ ଜିଲା ବାଘମାରୀ ଥାନା ଅନ୍ତର୍ଗତ କୋଟପିଲା ଗ୍ରାମ ଛକରେ ଥିବା ନାମଫଳକକୁ କେନ୍ଦ୍ରକରି ଗୁରୁବାର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ କୋଟପିଲା ଗ୍ରାମର ୪ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଅରୁପ କୁମାର ଭୋଇ(୩୩), ଦିଲୀପ କୁମାର ରଥ(୩୫), ହରିହର ତ୍ରିପାଠୀ(୨୦) ଏବଂ ସୁବାସ ଲେଙ୍କା(୨୪)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାରକରି ଜିଲା ମୁଖ୍ୟ ଚିକିତ୍ସାଳୟରେ ତ୍ତର୍ତ୍ତି କରିଛି।
ପ୍ରକାଶ ଯେ, କୋଟିପିଲା ଗ୍ରାମ ଛକରେ ପୁର୍ତ୍ତ ବିଭାଗ ପକ୍ଷରୁ ନାମଫଳକ ଲଗାଯାଇଛି। ଏହି ନାମଫଳକକୁ ନେଇ ଓସ୍ତପୁର ଗ୍ରାମର କେତେଜଣ ଯୁବକ ବିରୋଧ କରିଥିଲେ। ଏହି ସୂଚନା ଫଳକରୁ କୋଟପିଲା ଗ୍ରାମ ନାମ ହଟାଇ ଓସ୍ତପୁର ଗ୍ରାମକୁ ରାସ୍ତା ବୋଲି ଲେଖିବାକୁ ନେଇ କିଛି ଦିନ ତଳେ ଦୁଇ ଗ୍ରାମ ମଧ୍ୟରେ ମୁହାଁମୁହିଁ ହୋଇଥିଲେ। ବୁଧବାର ପୂର୍ବାହ୍ନ ଗ୍ରାମ ଛକରେ କୋଟପିଲା ଗ୍ରାମର ଏକ ଯୁବ ଗୋଷ୍ଠୀ ଚାହା ଦୋକାନରେ ବସି ଖଟି କରୁଥିବା ବେଳେ ହଠାତ୍ ଓସ୍ତପୁର ଗ୍ରାମର ୧୫ରୁ ଊର୍ଦ୍ଧ୍ୱ ଯୁବକ ତାଙ୍କୁ ଅତର୍କିତ ଭାବେ ଆକ୍ରମଣ କରିଥିଲେ ବୋଲି ଅଭିଯୋଗରେ ଦର୍ଶାଯାଇଛି। ଆଇନଶୃଙ୍ଖଳା ଦୃଷ୍ଟିରୁ କୋଟପିଲା ଗ୍ରାମରେ ପୋଲିସ ମୁତୟନ ରହିଛି। ଆହତମାନଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Posted inଆମ ଜିଲା ଖବର, ଖୋର୍ଦ୍ଧା View All
ଯାତ୍ରୀବାହୀ ବସ୍କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…
ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…
କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ
ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…
୪୦ ଫୁଟ୍ ତଳକୁ ଖସିଲା OSRTC ବସ୍: ୨୪ଯାତ୍ରୀ ଆହତ, ଜଣେ ମୃତ
ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…
କେମୋଥେରାପିରେ ସୀମିତ କ୍ୟାନ୍ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା
ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…
ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…
ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…
ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ
ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…
ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…
ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…
ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…
ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ…
Archives

