Posted inଜାତୀୟ

ନାମାଙ୍କନ ଦାଖଲ ପୂର୍ବରୁ ୩୦ଲକ୍ଷ ଜରିମାନା ଦେଲେ ଆଜମଙ୍କ ସ୍ତ୍ରୀ

ରାମପୁର,୧।୧୦: ଉତ୍ତରପ୍ରଦେଶ ରାମପୁରରୁ ସମାଜବାଦୀ ପାର୍ଟି (ଏସ୍‌ପି)ର ଏମ୍‌ପି ଥିବା ଆଜମ ଖାନ୍‌ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ହେଲେ ଏବେ ସେ ନିଜ ପାଇଁ ନୁହେଁ ବରଂ ତାଙ୍କ ସ୍ତ୍ରୀଙ୍କ ଲାଗି ଆସିଛନ୍ତି। ଆଜମଙ୍କ ସ୍ତ୍ରୀ ତଞ୍ଜୀନ ଫାତିମା ନାମାଙ୍କନ ଦାଖଲ କରିବା ପୂର୍ବରୁ ଲକ୍ଷାଧିକ ଟଙ୍କାର ଜରିମାନା ଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ରାମପୁର ବିଧାନସଭା ଆସନ ପାଇଁ ହେଉଥିବା ଉପନିର୍ବାଚନରେ ଫାତିମା ଆଶାୟୀ ପ୍ରାର୍ଥୀ ରହିଛନ୍ତି। ତେଣୁ ସୋମବାର ଫାତିମା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ହେଲେ ଏହା ପୂର୍ବରୁ ବିଦ୍ୟୁତ୍‌ ଚୋରି ଅଭିଯୋଗରେ ସେ ୩୦ଲକ୍ଷ ଟଙ୍କା ଜରିମାନା ଦେଇଛନ୍ତି। କିଛି ଦିନ ପୂର୍ବରୁ ଆଜମଙ୍କ ହମ୍‌ସଫର ରିସୋର୍ଟରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ୫ କିଲୋ ଓ୍ବାଟ୍‌ ମିଟରରେ ପ୍ରାୟ ୩୩ କିଲୋ ଓ୍ବାଟ୍‌ର ଲୋଡ୍‌ ଥିବା ବିଦ୍ୟୁତ୍‌ ବିଭାଗ ଜାଣିବାକୁ ପାଇଥିଲା। ଏହାପରେ ରିସୋର୍ଟର ଲାଇନ୍‌କୁ କାଟି ଦିଆଯିବା ସହ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଫାତିମାଙ୍କ ଉପରେ ବିଦ୍ୟୁତ୍‌ ଚୋରି ଅଧିନିୟମ ଅନୁସାରେ ୩୦ ଲକ୍ଷ ଟଙ୍କାର ଜରିମାନା ଲଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri