ନାମ ଲେଖା ପାଇଁ ଲଟେରି

ଆନନ୍ଦପୁର, ୫।୯(ସ୍ବ.ପ୍ର.)- ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କ ଆବେଦନ ଫର୍ମର ଲଟେରି ଉଠାଣ ଆରମ୍ଭ ହୋଇଛି। ଏହି ଲଟେରି ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ଚାଲିବ। ବୁଧବାର ତୃତୀୟରୁ ୫ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନାମଲେଖା ପାଇଁ ଲଟେରି ହୋଇଥିବାବେଳେ ଗୁରୁବାର ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଛାତ୍ରଙ୍କର ଲଟେରି ହେବ। ଲଟେରି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଏକ ଭିଏମ୍‌ସି (ବିଦ୍ୟାଳୟ ପରିଚାଳନା କମିଟି) ଗଠନ କରାଯାଇଛି। ଏଥିରେ କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ, ଦୁଇ ଶିକ୍ଷକ, ୪ ଅଭିଭାବକଙ୍କୁ ନେଇ ଏକ କମିଟି ଗଠିତ ହୋଇଛି। ସଂପୃକ୍ତ ଲଟେରିର ତଦାରଖ ଦାୟିତ୍ୱରେ ଆନନ୍ଦପୁର ତହସିଲଦାର ତପନ କୁମାର ନାୟକ ରହିଛନ୍ତି। ତେବେ ଏହି ଲଟେରି ଚୟନ ପ୍ରକ୍ରିୟାରେ ଅନିୟମିତତା ହେଉଥିବା କେତେକ ଅଭିଭାବକ କହିଛନ୍ତି। ଅପରପକ୍ଷେ କେନ୍ଦ୍ରୀୟ ବିଦ୍ୟାଳୟ ଆନନ୍ଦପୁରର ଅଧ୍ୟକ୍ଷ ଏସ.କେ.ସେଠୀ କହିଛନ୍ତି ଯେ, କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ଗାଇଡଲାଇନ୍ସ ଅନୁଯାୟୀ ଲଟେରି ଅନୁଷ୍ଠିତ ହେଉଛି। ଏହା ସହିତ ଚଳିତ ମାସ ୯ ତାରିଖ ଭିତରେ ନାମଲେଖା ପ୍ରକ୍ରିୟା ଶେଷ କରାଯାଇ ପାଠପଢା ଆରମ୍ଭ କରାଯିବ ବୋଲି ଅଧ୍ୟକ୍ଷ ସୂଚନା ଦେଇଛନ୍ତି। ନୂତନ ଭାବେ ଆନନ୍ଦପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିଥିବାରୁ ଛାତ୍ରୀଛାତ୍ରଙ୍କ ଆବେଦନ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇଥିଲା। ସୂଚନାଯୋଗ୍ୟ ୧୦।୮।୨୦୧୯ରିଖରେ କେନ୍ଦ୍ରୀୟ ବିଦ୍ୟାଳୟକୁ ମୋହର ଲାଗିବା ପରେ ଶିକ୍ଷାବର୍ଷ ୨୦୧୯-୨୦ ପାଇଁ ଛାତ୍ରୀଛାତ୍ରଙ୍କର ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଗତ ମାସ ୧୪ରୁ ବିଦ୍ୟାଳୟ ପକ୍ଷରୁ ଫର୍ମ ଆବେଦନ ଆରମ୍ଭ କରାଯାଇ ୨୫ରେ ଶେଷ ହୋଇଥିଲା। ପ୍ରତ୍ୟେକ ଶ୍ରେଣୀ ପାଇଁ ଗୋଟିଏ ସେକ୍‌ସନରେ ୪୦ ଗୋଟି ସିଟ୍‌ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri