ନାରୀ ନିର୍ଯାତନା, ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବିଧାନସଭାରେ ଝଡ଼: ଅପରାହ୍ନ ୩ଯାଏ ଗୃହକାର୍ଯ୍ୟ ମୁଲତବୀ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଯାଜପୁର ଜିଲାର ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ ବିଧାନସଭାରେ ଝଡ଼ ସୃଷ୍ଟି ହୋଇଛି। ପ୍ରଶ୍ନକାଳ ବାତିଲ କରି ଏହି ପ୍ରସଙ୍ଗ ଉପରେ ପ୍ରଥମେ ଆଲୋଚନା କରାଯାଉ। ଏଭଳି ଦାବି କରି ଉଭୟେ ବିରୋଧୀ ଭାଜପା ଏବଂ କଂଗ୍ରେସ ସରକାରଙ୍କୁ ହଲାପଟା କରିଛନ୍ତି। ରାଜ୍ୟରେ ନାରୀ ନିର୍ଯାତନା ବଢ଼ି ଚାଲିଥିବା ବେଳେ ନାବାଳିକାଙ୍କୁ ବଳାତ୍କାର କରାଯାଉଛି। ଏହା ଅତ୍ୟନ୍ତ ସମ୍ବେଦନଶୀଳ ଘଟଣା। ପ୍ରଥମେ ଏହି ପ୍ରସଙ୍ଗରେ ଆଲୋଚନା କରାଯାଉ। ଉଭୟେ ବିରୋଧୀ ଦଳ ନାରୀ ନିର୍ଯାତନା ଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ପ୍ରସଙ୍ଗକୁ ନେଇ ମୁଲତବୀ ପ୍ରସ୍ତାବ ଦେଇଥିଲେ। ଏହି ପ୍ରସଙ୍ଗ ପ୍ରଥମେ ଆଲୋଚନା କରିବାକୁ ଉଭୟ ଦଳ ଅଡ଼ି ବସିଥିଲେ। ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇବା ପାଇଁ ବାଚସ୍ପତି କହିବାରୁ କଂଗ୍ରେସ ଦଳର ସଦସ୍ୟମାନେ ଉତ୍‌କ୍ଷିପ୍ତ ହୋଇ ଉଠିଥିଲେ। ଭାଜପା ସଦସ୍ୟମାନେ ମଧ୍ୟ ନାରୀ ନିର୍ଯାତନା ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଥିଲେ। ଉଭୟ ଦଳର ସଦସ୍ୟଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଗୃହକାର୍ଯ୍ୟ ଅଚଳ ହୋଇଯାଇଥିଲା। ପରିସ୍ଥିତି ଅସମ୍ଭାଳ ହେବାରୁ ବାଚସ୍ପତି ଅପରାହ୍ନ ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri