ନାରୀ ନିର୍ଯାତନା, ନାବାଳିକା ବଳାତ୍କାର ପ୍ରସଙ୍ଗ: ଦୁଇଦିନ ବିଧାନସଭା ବରବାଦ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଦୁଇଦିନ ବିଧାନସଭା ଅଚଳ ହେବା ପରେ ବିରୋଧୀଙ୍କ ଜିଦ୍‌ ଆଗରେ ମୁଣ୍ଡ ନୁଆଁଇଛନ୍ତି ସରକାର। ନାରୀ ନିର୍ଯାତନା, ନାବାଳିକା ବଳାତ୍କାର ଏବଂ ଶିଶୁ ନିଖୋଜ ଘଟଣାକୁ ନେଇ ମୁଲତବୀ ପ୍ରସ୍ତାବ ଆକାରରେ ଆଲୋଚନା ହେବ। ମଙ୍ଗଳବାର ଅପରାହ୍ନରେ ବସିଥିବା ସର୍ବଦଳୀୟ ବୈଠକ ପରେ ଏହି ନିଷ୍କଷର୍ର୍ ବାହାରିଛି। ଉଭୟ ଭାଜପା ଓ କଂଗ୍ରେସ ସରକାରଙ୍କ ଏହି ପ୍ରସ୍ତାବରେ ରାଜି ହୋଇଯାଇଛନ୍ତି। ମୁଲତବୀ ଆଲୋଚନା ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହରେ ଏହି ସୂଚନା ଦେଇଛନ୍ତି।
ନାବାଳିକା ବଳାତ୍କାର, ଶିଶୁ ନିଖୋଜକୁ ନେଇ ଉଭୟ ଭାଜପା ଓ କଂଗ୍ରେସ ସଦସ୍ୟଙ୍କ ପ୍ରବଳ ପ୍ରତିବାଦ ଯୋଗୁ ସୋମବାର ଏବଂ ମଙ୍ଗଳବାର ବିଧାନସଭା ଅଚଳ ହୋଇଯାଇଥିଲା। ମଙ୍ଗଳବାର ଦିନତମାମ କେବଳ ଦେଖିବାକୁ ମିଳିଥିଲା ବିରୋଧୀଙ୍କ ହଟ୍ଟଗୋଳ। ପୂର୍ବାହ୍ନ ୧୦ଟା ୩୦ ମିିନିଟରେ ବାଚସ୍ପତି ପ୍ରଶ୍ନୋତ୍ତର କାର୍ଯ୍ୟ ଆରମ୍ଭ କରିବା ମାତ୍ରେ ଭାଜପା ସଦସ୍ୟ ମୋହନ ଚରଣ ମାଝି, ମଦନମୋହନ ଦତ୍ତ, କୁସୁମ ଟେଟେ, ମୁକେଶ ମହାଲିଙ୍ଗ, ସୁକାନ୍ତ ନାୟକ, ଜୟନାରାୟଣ ମିଶ୍ରଙ୍କ ସମେତ ଦଳର ଅନ୍ୟ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ମାଡ଼ି ଆସିଥିଲେ। ରାଜ୍ୟରେ ନାବାଳିକା ବଳାତ୍କାର, ଶିଶୁ ନିଖୋଜ ଏବଂ ଆଇନଶୃଙ୍ଖଳାକୁ ନେଇ ସରକାରଙ୍କଠାରୁ କୈଫିୟତ ତଲବ କରିଥିଲେ। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ବାତିଲ କରି ଏହି ପ୍ରସଙ୍ଗ ଉପରେ ଗୃହରେ ଆଲୋଚନା କରାଯାଉ ବୋଲି ଦାବି କରିଥିଲେ। କଂଗ୍ରେସ ସଦସ୍ୟମାନେ ମଧ୍ୟ ନିଜ ସିଟ୍‌ ନିକଟରେ ଛିଡ଼ାହୋଇ ପ୍ରତିବାଦ କରିଥିଲେ। ହଟ୍ଟଗୋଳ ମଧ୍ୟରେ ବାଚସ୍ପତି ଭାଜପା ସଭ୍ୟ ସୁକାନ୍ତ କୁମାର ନାୟକ ପଚାରିଥିବା ୪୨୧ ନମ୍ବର ପ୍ରଶ୍ନର ଉତ୍ତର ଦେବାକୁ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଡାକିଥିଲେ। ହୋ-ହଲ୍ଲା ମଧ୍ୟରେ ମନ୍ତ୍ରୀ ଉତ୍ତର ପଢି ଶୁଣାଇ ଦେଲେ। ମାତ୍ର ପ୍ରଶ୍ନକର୍ତ୍ତା ହୋ-ହଲ୍ଲାରେ ମାତି ଯାଇଥିଲେ। ପ୍ରବଳ ହଟ୍ଟଗୋଳ ହେବାରୁ ବାଚସ୍ପତି ଗୃହକୁ ୧୦ଟା ୩୨ ମିନିଟରେ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରିଥିଲେ। ଅପରାହ୍ନ ୩ଟାରେ ଗୃହକାର୍ଯ୍ୟ ଆରମ୍ଭ ହେବା କ୍ଷଣି କଂଗ୍ରେସ ଓ ଭାଜପା ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ପୁଣି ହଟ୍ଟଗୋଳ କରିଥିଲେ। ବାଚସ୍ପତି ଗୃହକୁ ୩ଟା ୦୩ ମିନିଟରୁ ୩୦ ମିନିଟ ପାଇଁ ମୁଲତବୀ ଘୋଷଣା କରିଥିଲେ। ୩ଟା ୩୩ରେ ମଧ୍ୟ ଅନୁରୂପ ଅବସ୍ଥା ହୋଇଥିଲା। ବିରୋଧୀ ସଦସ୍ୟମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଇସ୍ତଫା ଦାବିକରି ହଟ୍ଟଗୋଳ କରିଥିଲେ। ପୁଣି ଗୃହକୁ ବାଚସ୍ପତି ବିଭିନ୍ନ ପର୍ଯ୍ୟାୟରେ ଅପରାହ୍ନ ୪ଟା ୮ ମିନିଟ ଯାଏ ମୁଲତବୀ ଘୋଷଣା କରିଥିଲେ। ଅଚଳାବସ୍ଥା ଦେଖି ବାଚସ୍ପତି ସର୍ବଦଳୀୟ ବୈଠକ ଡାକି ଗୃହକୁ ଅଧଘଣ୍ଟା ପାଇଁ ମୁଲତବୀ ଘୋଷଣା କରିଥିଲେ। ସର୍ବଦଳୀୟ ବୈଠକରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଉପମୁଖ୍ୟ ସଚେତକ ପ୍ରଣବ ବଳବନ୍ତରାୟ, କଂଗ୍ରେସ ଦଳ ନେତା ନରସିଂହ ମିଶ୍ର ପ୍ରମୁଖ ଯୋଗଦେଇଥିଲେ। ଦୀର୍ଘ ୨ ଘଣ୍ଟା ଧରି ଚାଲିଲା ବୈଠକ। ଏହାପରେ ବାଚସ୍ପତି ଘୋଷଣା କରିଥିଲେ ଯେ, ବୁଧବାର ମୁଲତବୀ ପ୍ରସ୍ତାବ ଜରିଆରେ ଏହି ବିଷୟରେ ଆଲୋଚନା ହେବ। ତେବେ ଗୃହରେ ସ୍କୁଲ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହୋଇ ପାରିଲା ନାହିଁ। ଆସନ୍ତା ୩୦ ତାରିଖରେ ଉକ୍ତ ଦୁଇ ବିଭାଗର ଖର୍ଚ୍ଚଦାବିକୁ ଗିଲୋଟିନରେ ପାରିତ କରାଯିବ ବୋଲି ବାଚସ୍ପତି କହିବା ସହିତ ଗୃହକୁ ବୁଧବାର ପୂର୍ବାହ୍ନ ୧୦ଟା ୩୦ ମିନିଟ ଯାଏ ମୁଲତବୀ ଘୋଷଣା କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri