ନାରୀ ସୁରକ୍ଷା ଉପରେ ଫୋକସ: ଆଜି ଦାୟିତ୍ୱ ନେବେ ୩୦୦ ମହିଳା ଏସ୍‌ପିଓ

ଭୁବନେଶ୍ୱର,୨ା୧(ବ୍ୟୁରୋ): ଏଣିକି ରାଜଧାନୀରେ ମହିଳାଙ୍କୁ ସୁରକ୍ଷା ଦେବେ ମହିଳା। ଦିନକୁ ଦିନ ବଢୁଥିବା ନାରୀ ନିର୍ଯାତନା, ଅତ୍ୟାଚାର, ବଳାତ୍କାରକୁ ରୋକିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ମହିଳା ସ୍ପେଶାଲ ପୋଲିସ ଅଫିସର(ଏସ୍‌ପିଓ) ଗଠନ କରାଯାଇଛି। ତେବେ ଗୁରୁବାର ଏହି ଏସ୍‌ପିଓମାନେ ଦାୟିତ୍ୱ ନେବେ ବୋଲି ଜଣାପଡିଛି। ଏଥିପାଇଁ ପ୍ରାୟ ୩୦୦ଜଣ ମହିଳା ଓ ଯୁବତୀ କମିଶନରେଟ୍‌ ବିଲ୍ଡିଂରେ ବିଧିବଦ୍ଧ ଭାବେ ନିଯୁକ୍ତି ପାଇବେ। ଏହି ଏସପିଓମାନେ ନିଜ ନିଜ ଘରୋଇ ପ୍ରତିଷ୍ଠାନ ଓ ଶିକ୍ଷାନୁଷ୍ଠାନରେ ଘଟୁଥିବା ଅସଦାଚରଣ ଓ ନିର୍ଯାତନା ଘଟଣାରେ ରୋକ ଲଗାଇବା ନେଇ କାର୍ଯ୍ୟ କରିବା ସହ ପୋଲିସକୁ ସହାୟତା କରିବେ।
ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ କମିଶନରେଟ୍‌ ବିଲ୍ଡିଂରେ ଏ ନେଇ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି ଅବସରରେ ଦାୟିତ୍ୱ ଗ୍ରହଣ କରିବାକୁ ଥିବା ଏସ୍‌ପିଓଙ୍କୁ ଟି-ସାର୍ଟ ପ୍ରଦାନ କରାଯିବ। ଏଥିରେ ଏସପିଓମାନଙ୍କୁ ଉତ୍ସାହିତ କରିବା ପାଇଁ ସିନେ ଅଭିନେତା ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ବିଭିନ୍ନ କଲେଜର ଛାତ୍ରୀ ଓ ବ୍ୟବସାୟିକ ପ୍ରତିଷ୍ଠାନ ମହିଳାଙ୍କ ଉପରେ ବଢ଼ୁଥିବା ନିର୍ଯାତନା ଉପରେ ରୋକ ଲଗାଇବା ନେଇ ପୂୂର୍ବରୁ କମିଶନରେଟ୍‌ ପୋଲିସ ଏହି ନିଷ୍ପତ୍ତିି ନେଇଥିଲା। ଗତ ଡିସେମ୍ବର ୧୬ରେ ଏ ନେଇ ୪୮ଟି ସଂସ୍ଥାକୁ ଚିଠି ଲେଖିଥିଲେ। ଏସ୍‌ପିଓ ପଦବୀ ପାଇଁ କର୍ମଚାରୀଙ୍କୁ ଚିହ୍ନଟ କରି ଏକ ତାଲିକା ଦେବାକୁ ସଂସ୍ଥାଗୁଡ଼ିକୁ କୁହାଯାଇଥିଲା। ବୁଧବାର ଅପରାହ୍ନ ସୁଦ୍ଧା ପ୍ରାୟ ୩୫ଟି ସଂସ୍ଥାର ୨୫୦ରୁ ଊର୍ଦ୍ଧ୍ୱ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ତାଲିକା ପୋଲିସର ହସ୍ତଗତ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri